ଗୁରୁବାର ରାଶିଫଳ ୧୨.୦୫.୨୦୨୨

ମେଷ: ଅନାବଶ୍ୟକ ଖର୍ଚ୍ଚ ପାଇଁ ମନସ୍ତାପ କରିପାରନ୍ତି। ଭ୍ରାତୃ ସ୍ନେହ ଦୃଢ଼ତର ହେବ। ଶରୀର ସୁସ୍ଥ ରହିବ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହେ​‌େ​‌ବ।
ବୃଷ: ଧନଲାଭ ପାଇଁ ହଠାତ୍‌ ଏକ ସୁଯୋଗ ସୃଷ୍ଟି ହେବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି।
ମିଥୁନ: ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉଦାର ଚରିତ୍ରର ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି ପରାମର୍ଶଦାତା ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
କର୍କଟ: ମନ ପ୍ରସନ୍ନ ରହିବ। ଈଶ୍ବରୀୟ ଚେତନାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତି ନିବିଡ଼ ହେବ।
ସିଂହ: ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟରୁ ଧନ ମିଳିବ।
କନ୍ୟା: ଆୟ ବୃଦ୍ଧିର ସୂଚନା ମିଳୁଛି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ମାଲିମୋକଦ୍ଦମାରେ ଜିଣିବେ ଓ ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି। ସଂଗ୍ରାମୀ ଜୀବନରେ ବିଜୟୀ ବାନା ଉଡ଼ାଇବେ।
ତୁଳା: କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି ସାଧନାରେ ବ୍ରତୀ ହୋଇପାରନ୍ତି। ଭାଷାର ମାଧୁରିମା ଆପଣଙ୍କୁ ଅଜାତଶତ୍ରୁ କରିପାରେ। ରାଜଯୋଗ ପ୍ରାପ୍ତିର ସୂଚନା ମିଳୁଛି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
ବିଛା: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ଧନୁ: ମନ ଭିତରେ ଧ୍ୟାନର ଦୀପ ପ୍ରଜ୍ବଳନ କରି ଚଲାପଥକୁ ଆଲୋକିତ କରିପାରନ୍ତି। ଚିତ୍ତ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।
ମକର: ଭାଗ୍ୟଲକ୍ଷ୍ମୀଙ୍କ କୃପାପାତ୍ର ହେବେ। ଭୋଗୀ ଓ ବିଳାସୀ ହେବା ଆଶା କରାଯାଏ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କୁମ୍ଭ: ସମୟ ଆପଣଙ୍କ ପାଇଁ କଠୋର ଅଛି। ଅନ୍ୟମାନଙ୍କ ପାଇଁ ଆପଣ କ୍ଷମାଶୀଳ ହୋଇପାରନ୍ତି। ସଶକ୍ତ ଆତ୍ମବଳରେ ବଳୀୟାନ୍‌ ହେବେ। ବିଘ୍ନକାରୀମାନେ ପଛଘୁଞ୍ଚା ଦେଇପାରନ୍ତି। ସତର୍କରେ ଚଳିବାକୁ ପଡ଼ିବ।
ମୀନ: ଶ୍ରଦ୍ଧା ଓ ବିଶ୍ବାସ ରଜୁରେ ଅନୁବନ୍ଧିତ ହୋଇପାରନ୍ତି। ସମାଜସେବାରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ ଲାଭଜନକ ହେବ। ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ।

Comments are closed.