ଗୁରୁବାର ରାଶିଫଳ ୨୯.୦୭.୨୦୨୧

ମେଷ: ବିବାଦୀୟ ଘଟଣା ଓ ଅହଂଭାବ ହେତୁ ଅଧିକ ବ୍ୟୟର ସମ୍ମୁଖୀନ ହେବେ। ଚକ୍ଷୁ ପୀଡ଼ା ଅନୁଭବ କରିପାରନ୍ତି। ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିବେ। ମଧୁର କଥାରେ ଜନ-ମନ ବଶ କରିପାରନ୍ତି।
ବୃଷ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଧନପ୍ରାପ୍ତ ହେବେ। ଗୃହ ଓ ଯାନ-ବାହନ ସୁଖ ମିଳିବ।
ମିଥୁନ: ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। କୁଳ ଉଳକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛାଭାବ ରହିବ।
କର୍କଟ: ଦୂରଯାତ୍ରା ଶୁଭଦାୟକ ହେବ। ଭାଗ୍ୟଶାଳୀ ହେବେ। ଭୋଗବିଳାସ କରିପାରନ୍ତି। ଜୀବନ, ସୁଖସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ପ୍ରବଳ ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସିଂହ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
କନ୍ୟା: ବନ୍ଧୁ ମିଳନ ଘଟିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତ ହେବେ।
ତୁଳା: ସମାଧାନର ସିଦ୍ଧିପ୍ରାପ୍ତ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶାରୀରିକ ଶକ୍ତି ବୃଦ୍ଧି ହେବ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସିତ ହେବେ।
ବିଛା: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।
ଧନୁ: ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଆଦର୍ଶବାଦୀ ହେବେ। ଶୋଭନ ବ୍ୟକ୍ତିତ୍ବଯୁକ୍ତ ହୋଇ ପାରନ୍ତି। ସୁସ୍ଥ ରହିବେ। କୃଷି କାର୍ଯ୍ୟ ଉପରେ ଗୁରୁତ୍ବ ଦେବେ। ଦଳପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ ହେବେ।
ମକର: ଉଚ୍ଚ ସମ୍ମାନ ଲାଭକରିବେ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା, କଫଜନିତ ସାମାନ୍ୟ ପୀଡ଼ା ଅଛି। ପ୍ରେମୀ ଓ ସାହସୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କୁମ୍ଭ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ସ୍ବଭାବ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିପାରନ୍ତି।
ମୀନ: ସୁଖ-ସନ୍ତୋଷ ଲାଭ କରିବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ଲୋକପ୍ରିୟ ହେବେ। ସାମାଜିକ ଗୌରବ ମିଳିବ।

Comments are closed.