ଗୁରୁବାର ରାଶିଫଳ ( ୨୯-୧୦-୨୦୨୦)

ମେଷ: ଦେବାଦେବୀ ଦର୍ଶନ ଶୁଭଦାୟକ ହେବ। କର୍ମଚଞ୍ଚଳ ରହିବେ। ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିପାରନ୍ତି। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ଚକ୍ଷୁପୀଡ଼ା ଉପୁଜି ପାରେ। ସାହସୀ ହେବେ।

ବୃଷ: କାର୍ଯ୍ୟରେ ପାରଙ୍ଗମ ହେବେ। ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ସୁଖୀ ହେବେ।

ମିଥୁନ: ଚାଲୁ ରହିଥିବା କାର୍ଯ୍ୟକୁ ସରସସୁନ୍ଦର ଓ ଲାଭଦାୟକ କରିପାରନ୍ତି। ନିଜ ବଂଶର ଟେକ ରଖିବାରେ ସିଦ୍ଧହସ୍ତ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୀନ, ଦରିଦ୍ରଙ୍କ କଷ୍ଟ ଦୂର କରିବେ।

କର୍କଟ: ମନସ୍କାମନା ପୂରଣ ହେବ। ସେବା ପୂଜାରେ ନିୟୋଜିତ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଶରୀର ସୁସ୍ଥ ରହିବ।

ସିଂହ: ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ ; ମାତ୍ର ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ। ଶାରୀରିକ କ୍ଲେଶ ଭୋଗ କରିପାରନ୍ତି। ମନ ଦୁର୍ବଳ ରହିବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ନିଷେଧ।

କନ୍ୟା: ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ଅଛି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ଆକୃଷ୍ଟ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ପାଇ ଖୁସି ହେବେ।

ତୁଳା: ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶକ୍ତିମାନ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ପାଇବେ।

ବିଛା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ। ବ୍ୟବସାୟରୁ ଅଧିକ ଧନଲାଭ ହେବ।

ଧନୁ: ଉଦାର ସ୍ୱଭାବର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷିକର୍ମରେ ତତ୍ପର ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ମକର: କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହେବେ। ମେଳାପୀ ପ୍ରକୃତିର ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଭକ୍ତି, ଆଦର ଓ ସମ୍ମାନ ମିଳିବ।

କୁମ୍ଭ: ଆଶାବାଦୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ର ସୁଖ ମିଳିବ। ବ୍ୟବସାୟରୁ ଅଧିକ ଧନ ଲାଭ ହେବ। ଜ୍ଞାନ ଗରିମାଯୁକ୍ତ ହେବେ।

ମୀନ: ନିର୍ଭରଶୀଳ ନ ହୋଇ ସ୍ୱାଧୀନ ଚିନ୍ତାଧାରା ଉପରେ କାର୍ଯ୍ୟ କରି ଚାଲିବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣାଙ୍ଗନରେ ବୀରତ୍ୱ ପ୍ରଦର୍ଶନ କରିପାରନ୍ତି। ବିଦ୍ୱାନ୍‍ ଓ ଶାସ୍ତ୍ରଜ୍ଞ ହେବେ।

Comments are closed.