ଗୁରୁବାର ରାଶିଫଳ

ମେଷ: ବାଧା ବିଘ୍ନକୁ ଏଡାଇ କାର୍ଯ୍ୟ କରି ଚାଲିବେ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ। ଚଞ୍ଚଳ ସ୍ବଭାବର ହୋଇପାରନ୍ତି। ସର୍ବୋପରି ରାଜଯୋଗ ଅଛି। ମଧୁର କଥା କହି ପରକୁ ଆପଣାର କରିବେ; ମାତ୍ର ଖର୍ଚ୍ଚାନ୍ତ ହେବେ।
ବୃଷ: ଧନ ଲାଭର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ରାଜକୋଷ ଧନ ପ୍ରାପ୍ତ ହେବେ।
ମିଥୁନ: ସାଧାନା ଫଳବତୀ ହେବ। କୁଳ ଉଳକାରୀ ହେବେ। ମନରେ ପ୍ରସନ୍ନତା ଦେଖା ଦେବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। ଯଶ ଅର୍ଜନ କରିବେ। କର୍ମବୀର ହୋଇପାରନ୍ତି।
କର୍କଟ: ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।
ସିଂହ: କେତେକ ଘଟଣାରେ ଅସୁଖୀ ହେବେ। ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଖର୍ଚ୍ଚାନ୍ତ ଯୋଗ ଅଛି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ନିଷେଧ।
କନ୍ୟା: ବନ୍ଧୁ ମିଳନ ଘଟିବାର ସୁଯୋଗ ଅଛି। ବ୍ୟବସାୟ ଲାଭଜନକ ହେବ। ମନରେ ସେବାଭାବ ଜାଗ୍ରତ ହୋଇପାରେ। ବେଳେ-ବେଳେ ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ତୁଳା: ମନରେ ଗର୍ବଭାବ ଜାଗରିତ ହେବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଦୀର୍ଘ ଜୀବନ ବିତାଇବାକୁ ଉଦ୍ୟମ ଜାରି ରଖିବେ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ କର୍ତ୍ତୃପକ୍ଷଙ୍କ କୃପାପାତ୍ର ହେବେ।
ବିଛା: ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ।
ଧନୁ: ବାଦାନୁବାଦର ସମ୍ମୁଖୀନ ହୋଇପାରନ୍ତି। ନିଜ ଉଦାରତାର ପରିପ୍ରକାଶ ଘଟାଇ ପାରନ୍ତି। ଦାନ-ଶୀଳ ହେବେ। ସୁଖୀ ଓ ଶୋଭନ ବ୍ୟକ୍ତିତ୍ବ ଅଧିକାରୀ ହେବେ। ସ୍ବାସ୍ଥ୍ୟ ଅତୁଟ ରହିବ। କୃଷିକ୍ଷେତ୍ରରୁ ଭଲ ଆମଦାନୀ କରିପାରନ୍ତି।
ମକର: ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଧର୍ମ ଭାବାପନ୍ନ ହୋଇପାରନ୍ତି। ମଧୁରଭାଷୀ ହୋଇ ସହକର୍ମୀମାନଙ୍କ ଠାରୁ କାର୍ଯ୍ୟ ହାସଲ କରିପାରନ୍ତି। ଥଣ୍ଡା-କଫଜନିତ ପୀଡ଼ା ଅନୁଭବ କରିବେ। ପ୍ରେମୀ ସାହସୀ ହେବେ। ସୁଖ ମିଳିବ।
କୁମ୍ଭ: ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ପରଦେଶବାସୀ, ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ଏକ ପତ୍ନୀ ବ୍ରତଧାରୀ ହେବେ। ମିତ୍ର ସୁଖ ମିଳିବ।
ମୀନ: ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ରାଜକୃପା ଲାଭ କରିପାରନ୍ତି। ଐଶ୍ବର୍ଯ୍ୟଯୁକ୍ତ ହେବେ। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହୋଇପାରେ। ଚିନ୍ତାଧାରା ଉନ୍ନତମାନର ହେବ। ସରକାରୀ ଅର୍ଥ ମିଳିବ।

Comments are closed.