ଗୁରୁବାର ରାଶିଫଳ ୦୪ ଫେବୃଆରୀ ୨୦୨୧

ମେଷ: ବନ୍ଧୁ ମିଳନ ଘଟିପାରେ। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ଭାବେ ସମ୍ବର୍ଦ୍ଧିତ ହୋଇପାରନ୍ତି। ନିରଳସ ଭାବେ କାର୍ୟ୍ୟ କରିପାରନ୍ତି। ଶାନ୍ତ ଓ ଧୈର୍ୟ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ କାର୍ୟ୍ୟ କରିବେ।
ବୃଷ: ଉନ୍ନତି ମାର୍ଗରେ ଆଗକୁ ବଢ଼ି ପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ସୁନାମ ମିଳିବ।
ମିଥୁନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ତେଜସ୍ବୀ ହେବେ।
କର୍କଟ: ପ୍ରତିରୋଧର ସମ୍ମୁଖୀନ ହୋଇପାରନ୍ତି। ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତ୍ରରୁ ଭଲ ଆୟ ହେବ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
ସିଂହ: ଜିଦ୍‌ଖୋର ମନୋବୃତ୍ତିର ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ଭାବେ ଜନାଦୃତ ହେବେ। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।
କନ୍ୟା: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାଭ୍ୟାଷୀ ହୋଇପାରନ୍ତି। ମିତ୍ର ସୁଖ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟରୁ ଅଧିକ ଧନଲାଭ ହୋଇପାରେ।
ତୁଳା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଐଶ୍ବର୍ୟ୍ୟଯୁକ୍ତ ହେବେ। ଯୁଦ୍ଧ ବା ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ। ଧନ ସମ୍ପଦ ଭରପୁର ରହିବ।
ବିଛା: ସ୍ବଇଚ୍ଛାରେ ପରିଚାଳିତ ହେବେ। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ନିରୋଳାରେ କିଛି ସମୟ ବିତାଇବାକୁ ଇଚ୍ଛା କରିବେ; ମାତ୍ର ଜଞ୍ଜାଳମୁକ୍ତ ହେବା କଷ୍ଟସାଧ୍ୟ ହେବ। ମଧୁରଭାଷାରେ ପରକୁ ଆପଣାର କରିବେ।
ଧନୁ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ମହତ ହେବ।
ମକର: କାର୍ୟ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କୁଳ ପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।
କୁମ୍ଭ: ବହୁକ୍ଷେତ୍ରରେ ଆଦର, ସମ୍ମାନର ପାତ୍ର ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମୀନ: ସୁଖ ମିଳିବ। କଷ୍ଟସାଧ୍ୟ ହେବ। ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁ ଭୟ ରହିଛି। ସହଯୋଗୀ ବ୍ୟବସାୟ ଲାଭଯୁକ୍ତ ହେବ। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି।

Comments are closed.