ଗୁରୁବାର ରାଶିଫଳ(୪। ୬। ୨୦୨୦)

ମେଷ: କର୍ମକ୍ଷେତ୍ରରେ ସଫଳତା ଅର୍ଜନ କରି ଆତ୍ମତୃପ୍ତି ଲାଭ କରିବେ। ପରୋପକାରକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିବେ।
ବୃଷ: ଭାଇମାନଙ୍କ ଉପରେ ଶ୍ରଦ୍ଧା ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି; ଆଖିରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ।
ମିଥୁନ: ବିଭିନ୍ନ ଦିଗରୁ ସହଯୋଗର ହାତ ଲମ୍ବି ଆସିବ। କର୍ମ ଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ।
କର୍କଟ: ଉଦାର ସ୍ବଭାବର ହୋଇପାରନ୍ତି। ଦାନଶୀଳ ହେବେ। ସୁଖୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ହୋଇପାରନ୍ତି। ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ।
ସିଂହ: ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା, କଫରେ ପୀଡ଼ିତ ହେବା ପୂର୍ବରୁ ସତର୍କ ରହିବ। ପ୍ରେମୀ, ସାହସୀ ହେବେ। ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ। ବିବାଦରେ ବିଜୟୀ ହେବେ।
କନ୍ୟା: ଅର୍ଥ ପାଇଁ ଅନର୍ଥ ଉପୁଜି ପାରେ। କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି। ପରମ ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିବେ।
ତୁଳା: ଆଜି ଦିନଟି ଆପଣ ସମସ୍ତଙ୍କର ସ୍ନେହ ଶ୍ରଦ୍ଧାର ପାତ୍ର ହୋଇପାରନ୍ତି। ଶ୍ରମ ସାର୍ଥକ ହେବ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ମିଷ୍ଟାନ୍ନ ଭୋଜନ ମିଳିବ। ଚିନ୍ତାଧାରା ଉନ୍ନତ ହେବ।
ବିଛା: କର୍ମକୁଶଳତାର ପୁରସ୍କାର ପାଇବାକୁ ହେଲେ ଅପେକ୍ଷା କରିବାକୁ ପଡ଼ିବ। ଚଞ୍ଚଳମନା ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ। ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ମଧୁର ସଂଭାଷଣରେ ପରକୁ ଆପଣାର କରିବେ।
ଧନୁ: ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି। ସନ୍ତାନମାନେ ଗୁଣୀ ଓ ସମ୍ପତ୍ତିବାନ୍‌ ହେବେ। ଯାନବାହନ ସୁଖ ମିଳିବ।
ମକର: କ୍ରୀଡ଼ା ପ୍ରତି ଆଗ୍ରହ ଥିଲେ ବି, ସମୟ ଅଭାବ ହେବ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। କୀର୍ତ୍ତିମାନ ହୋଇପାରନ୍ତି।
କୁମ୍ଭ: କାର୍ଯ୍ୟ କରାୟତ୍ତ ହୋଇଛି। ସଠିକ୍‌ ମାର୍ଗରେ ପରିଚାଳନା କରିବାରେ ସିଦ୍ଧହସ୍ତ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।
ମୀନ: ଅନ୍ୟର ମଙ୍ଗଳ ଚିନ୍ତା କଲେ ନିଜେ ଭଲରେ ରହିବେ। ସ୍ବାଭିମାନୀ ହୋଇପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବାକୁ ପଡ଼ିବ। ଜଳ ଯାତ୍ରା କରିବା ମନା।

Comments are closed.