ଗୁରୁବାର ରାଶିଫଳ

ମେଷ: ପୈତୃକ ସମ୍ପତ୍ତିକୁ ନେଇ ଗଣ୍ଡଗୋଳ ଉପୁଜି ପାରେ। ବନ୍ଧୁ ମିଳନରେ ସମାଧାନର ସୂତ୍ର ବାହାରିବ। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ଇଙ୍ଗିତରେ ଚଳିବେ।
ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ଅଜାତଶତ୍ରୁ ହୋଇପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ଚକ୍ଷୁରେ ପୀଡ଼ା ଅନୁଭବ କରିପାରନ୍ତି। ବଳିଷ୍ଠ ହେବେ। ଚାକିରିରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହୋଇପାରନ୍ତି।
ମିଥୁନ: ପରିବେଶ ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ। ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିପାରେ।
କର୍କଟ: ଅଜାଣତରେ କ୍ଷତି ସହି ପାରନ୍ତି। ଉଦାର ପ୍ରକୃତିର ହେବେ। ଦାନଶୀଳ ହେବା ଆଶା କରାଯାଏ। ଜଣେ ବ୍ୟକ୍ତିବିଶେଷ ଭାବେ ସାମାଜିକ କ୍ଷେତ୍ରରେ ନିଜର ପରିଚୟ ସୃଷ୍ଟି କରିବେ। କୃଷି କର୍ମକାରୀ ହେବେ।
ସିଂହ: ସତର୍କ ନ ରହିଲେ କାର୍ଯ୍ୟରେ ପ୍ରମାଦ ଘଟିବ। ଅଞ୍ଚଳରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ମନ ପ୍ରସନ୍ନ ରହିବ। ଧର୍ମ-ଧାରଣାରେ ରହି ଶୁଭ କାର୍ଯ୍ୟ କରିପାରନ୍ତି। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭାଇଙ୍କ ଠାରୁ ଆଦର, ସମ୍ମାନ ମିଳିବ।
କନ୍ୟା: ଷଢ଼ଯନ୍ତ୍ରରୁ ଉଧୁରି ଯିବେ। ଉଚ୍ଚଆଶା ଫଳବତୀ ହେବ। ସୌଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ମିଳିପାରେ।
ତୁଳା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ରୋଜଗାର ଆଶାନୁରୂପ ହେବ। ସରକାରୀ କୃପା ଲାଭ କରିବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମକଦ୍ଦମାରେ ବିଜୟୀ ହୋଇ ଧନଲାଭ କରିବେ। ବିଦ୍ୱାନ୍‍ ଓ ଶାସ୍ତ୍ରଜ୍ଞ ହେବେ।
ବିଛା: ବିଳାସ ଦ୍ରବ୍ୟ ମିଳିପାରେ। ଗତିରୋଧର ସମ୍ମୁଖୀନ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମିଷ୍ଟଭାଷୀ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନ-ଗରିମାମୟ ହେବେ।
ଧନୁ: ବ୍ୟବସାୟରେ ଅଗ୍ର ଗତି ଘଟିବ। ଧନପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ସନ୍ତାନମାନେ ଗୁଣୀ ଓ ସମ୍ପତ୍ତିବାନ ହେବେ।
ମକର: ମାନସିକ ଶାନ୍ତି ହରାଇ ପାରନ୍ତି। ପରୋପକାରୀ ହେବେ। କୁଳଦୀପକ ହୋଇପାରନ୍ତି। ମନ ସର୍ବଦା ପ୍ରସନ୍ନ ରହିବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ଖୁସି ହେବେ।
କୁମ୍ଭ: ବିବାଦରେ ବିଜୟୀ ହେବେ। ଈଶ୍ୱର ନିଷ୍ଠା ଆପଣଙ୍କୁ ମହାନ୍‍ କରିପାରେ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ କଟାଇ ପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ ସାହସୀ ଓ ସମ୍ପତ୍ତିବାନ୍‍ ହେବେ।
ମୀନ: ବ୍ୟବସାୟ କ୍ଷେତ୍ରରେ ଲାଭ ଆଶାରେ କର୍ମ ତତ୍ପର ହୋଇ ପାରନ୍ତି। ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପରଶ୍ରୀ କାତର ହୋଇପାରନ୍ତି। ସ୍ୱାଭିମାନୀ ହେବେ। ସର୍ଦି ଓ କଫରେ ପୀଡ଼ିତ ହୋଇପାରନ୍ତି। ଉଚ୍ଚସ୍ଥାନ ଆରୋହଣ ଓ ଜଳ ଯାତ୍ରା ନିଷେଧ।

Comments are closed.