ଗୁରୁବାର ରାଶିଫଳ(୧୩/୦୮/୨୦୨୦)

ମେଷ: କାର୍ଯ୍ୟରେ ସଫଳତା ମିଳିବ; ମାତ୍ର ବିଳମ୍ବିତ ହୋଇପାରେ। ଧନାଗମର ସୁଯୋଗ ଅଛି। ଉତ୍ତମ ଗୁଣର ଅଧିକାରୀ ହୋଇପାରନ୍ତି। ନୀତିଯୁକ୍ତ ଓ ବିନୀତ ଚରିତ୍ରର ହେବେ। ଚତୁର ହେବେ। ଗ୍ରାମ ଓ ଦଳ ମଧ୍ୟରେ ଭେଦନୀତିର କାରଣ ହେବେ।
ବୃଷ: ଚିନ୍ତାଧାରା ଉନ୍ନତମାନର ହେବ। ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ଉତ୍ତମ ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ। ନୂଆ ବନ୍ଧୁ ଜୁଟି ପାରନ୍ତି। ସ୍ୱାଧୀନ ଚେତା ହୋଇପାରନ୍ତି।
ମିଥୁନ: କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ପ୍ରତାରିତ ହୋଇପାରନ୍ତି। ବିବାଦୀୟ ବିତର୍କରେ ଭାଗ ନେଇ ନିରବ ଦର୍ଶକ ସାଜି ପାରନ୍ତି। ଶୁଭ କାର୍ଯ୍ୟରେ ଅଧିକ ବ୍ୟୟ କରିବେ। ନିଜ ଆଖିର ଯତ୍ନ ନେବାକୁ ପଡ଼ିବ। ମିଷ୍ଟଭାଷୀ ଭାବେ ଜନାଦୃତ ହେବେ।
କର୍କଟ: ଧର୍ମାନୁଷ୍ଠାନରେ ଉତ୍ସର୍ଗୀକୃତ ମନୋଭାବ ନେଇ କାର୍ଯ୍ୟ କରିବେ। ମୂଲ୍ୟବାନ୍‍ ଦ୍ରବ୍ୟ ଲାଭର ସୂଚନା ମିଳୁଛି। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିବେ। ଅର୍ଥ ପ୍ରାପ୍ତିର ସୁଯୋଗ ଅଛି।
ସିଂହ: ଶୁଭ ଖବର ପାଇ ଭାବ ବିହ୍ୱଳ ହୋଇପାରନ୍ତି। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ବ୍ୟବସାୟରୁ ଭଲ ଲାଭ ମିଳିବ।
କନ୍ୟା: ଆଜି ଦିନଟି ବିଶ୍ରାମ ଗ୍ରହଣ କରିବା ଆପଣଙ୍କ ପକ୍ଷେ ଲାଭ ହେବ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କଳକୌଶଳ ପ୍ରୟୋଗ କରି ଅଧିକ କ୍ଷମତା ହାସଲ କରିବେ ଓ ତା’ର ସଦ୍‍ବ୍ୟବହାର କରିବେ। ପ୍ରତିଯୋଗିତାରେ ବିଜୟୀ ହେବେ।
ତୁଳା: ମନ ସ୍କାମନା ପୂର୍ଣ୍ଣ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ। ଅର୍ଥ ଟାଣଟୁଣ ରହିବ। ଶତ୍ରୁ ବୃଦ୍ଧି ହେଲେ ବି କିଛି ଅନିଷ୍ଟ ଘଟିବ ନାହିଁ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ଉଚ୍ଚସ୍ଥାନ ଆରୋହଣ, ଜଳଯାତ୍ରା ମନା।
ବିଛା: ଘାତଚନ୍ଦ୍ର ଭୋଗ ହେତୁ ଯାନବାହନ ଚଳାଚଳରେ ସତର୍କ ରହିବାକୁ ପଡ଼ିବ। ସୁଖକର ଘଟଣାମାନ ଘଟିପାରେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। କର୍ମକ୍ଷେତ୍ରରେ ସଫଳତା ମିଳିବ। ଆନନ୍ଦ ଉପଭୋଗ କରିବେ।
ଧନୁ: ସ୍ଥାନ ପରିବର୍ତ୍ତନ ଘଟିପାରେ। ଅଧିକ ଦାୟିତ୍ୱ ବହନ କରିପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭ ଖବର ପାଇ ଖୁସି ହେବେ। ଋଣ ପରିଶୋଧ କରି ଆଶ୍ୱସ୍ତ ହେବେ। ସାରାଦିନ କାର୍ଯ୍ୟରେ ବ୍ୟସ୍ତ ରହିବେ।
ମକର: ଆଲାଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ଯେକୌଣସି ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କୁମ୍ଭ: ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଶ୍ରମ ସାର୍ଥକ ହେବ। ଯାନବାହନ ସୁଖ ମିଳିପାରେ। ଗୃହ ପରିବେଶ ପ୍ରଦୂଷଣମୁକ୍ତ ରହିବ। ବିଦ୍ୟାଭ୍ୟାସୀ ହେବେ। ବିଶାଳ ଯଶର ଅଧିକାରୀ ହେବେ। ସୁଖୀ ହେବେ।
ମୀନ: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ଅନୁକୂଳ ରହିଛି। ଠାକୁରଙ୍କ ଦର୍ଶନ ଲାଭ କରି ଆତ୍ମତୃପ୍ତି ଲାଭ କରିବେ। ସରକାରୀ ସ୍ତରରୁ ଲାଭ ଉଠାଇବେ।

Comments are closed.