ଭୁବନେଶ୍ୱର-ବଲାଙ୍ଗୀର , ଭୁବନେଶ୍ୱର-କୋରାପୁଟ ସ୍ୱତନ୍ତ୍ର ଟ୍ରେନ ସେବା ଅଗଷ୍ଟ ୧୨ ପର୍ଯ୍ୟନ୍ତ ବଢ଼ିଲା


ଭୁବନେଶ୍ୱର:: ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଏବଂ ଭୁବନେଶ୍ୱର-କୋରାପୁଟ-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ସେବାକୁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି I  ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର  ସ୍ୱତନ୍ତ୍ର ଟ୍ରେନ (୦୮୪୯୩/୦୮୪୯୪) ଅଗଷ୍ଟ ପହିଲାଠାରୁ ୧୨ ମଧ୍ୟରେ ଶନିବାର ଓ ରବିବାର ବ୍ୟତୀତ ଅନ୍ୟ ଦିନମାନଙ୍କରେ ଭୁବନେଶ୍ୱରଠାରୁ ସକାଳ ୬ଘ.୩୦ମି.ରେ ଏବଂ ବଲାଙ୍ଗୀରଠାରୁ ଅପରାହ୍ନ ୨ଘ.୪୫ମି.ରେ ଛାଡିବ I ଏହି ଟ୍ରେନ  ଭୁବନେଶ୍ୱର ଓ ବଲାଙ୍ଗୀର ମଧ୍ୟରେ ମଞ୍ଚେଶ୍ୱର, ନରାଜ ମାର୍ଥାପୁର, ଢେଙ୍କାନାଳ, ମେରାମଣ୍ଡଳୀ, ତାଳଚେର ରୋଡ଼, ଅନୁଗୁଳ, ବୋଇଣ୍ଡା, ବାମୁର, ରେଢ଼ାଖୋଲ, ସମ୍ବଲପୁର, ହୀରାକୁଦ, ବରଗଡ଼ ରୋଡ଼, ବରପାଲି ଏବଂ ଲୋଇସିଂହା ଷ୍ଟେସନ ମାନଙ୍କଠାରେ ରହଣି କରିବ ।
ସେହିଭଳି ଭୁବନେଶ୍ୱର-କୋରାପୁଟ-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ଭାୟା ସମ୍ବଲପୁର (୦୮୪୪୭/୦୮୪୪୮) ଅଗଷ୍ଟ ପହିଲାଠାରୁ ୧୨ ମଧ୍ୟରେ ଭୁବନେଶ୍ୱରଠାରୁ ପ୍ରତି ସୋମ, ବୁଧ ଓ ଶୁକ୍ରବାର ଦିନ ସନ୍ଧ୍ୟା ୬ଘ.୩୦ମି.ରେ ଛାଡିବାକୁ ଥିବାବେଳେ କୋରାପୁଟଠାରୁ ପ୍ରତି ମଙ୍ଗଳ, ଗୁରୁ ଓ ରବିବାର ଦିନ ସନ୍ଧ୍ୟା ୫ଘ.୩୦ମି.ରେ କୋରାପୁଟଠାରୁ ଛାଡିବ I  ଏହି ଟ୍ରେନ ଭୁବନେଶ୍ୱର ଓ କୋରାପୁଟ ମଧ୍ୟରେ କଟକ, ଢେଙ୍କାନାଳ, ମେରାମଣ୍ଡଳୀ, ତାଳଚେର ରୋଡ଼, ଅନୁଗୁଳ, ବୋଇଣ୍ଡା, ରେଢ଼ାଖୋଲ, ସମ୍ବଲପୁର, ହୀରାକୁଦ, ବରଗଡ଼ ରୋଡ଼, ବରପାଲି, ଡୁଙ୍ଗୁରିପାଲି, ଲୋଇସିଂହା, ବଲାଙ୍ଗୀର, ବଡ଼ମାଳ, ଟିଟିଲାଗଡ଼, କେସିଙ୍ଗା, ମୁନିଗୁଡା, ଥେରୁବାଲି, ରାୟଗଡା, ଟିକିରି, ଲକ୍ଷ୍ମୀପୁର, କାକିରିଗୁମା, ବାଇଗୁଡ଼ା ଏବଂ ଦାମନଯୋଡି ,   ଷ୍ଟେସନ ମାନଙ୍କଠାରେ ରହଣି କରିବ I ଉପରୋକ୍ତ ଟ୍ରେନଗୁଡିକ ପାଇଁ ରେଳବାଇ ରିଜର୍ଭେସନ କାଉଣ୍ଟର ଓ ଆଇଆରସିଟିସି ୱେବସାଇଟ ମାଧ୍ୟମରେ ଟିକେଟ ବୁକ କରିହେବ I  କେବଳ କନଫର୍ମ ଟିକେଟ ଥିବା ଯାତ୍ରୀମାନେ ଏହି ଟ୍ରେନରେ ଯାତ୍ରା କରିପାରିବେ  । ତେବେ ଅନ୍ୟ ସ୍ୱତନ୍ତ୍ର ଟ୍ରେନ ଯଥା ନୂଆଦିଲ୍ଲୀ-ଭୁବନେଶ୍ୱର, ଭୁବନେଶ୍ୱର-ମୁମ୍ବାଇ ଏବଂ ଭୁବନେଶ୍ୱର-ହାଇଦ ସ୍ୱତନ୍ତ୍ର ଟ୍ରେନଗୁଡିକ ପୂର୍ବ ବିଜ୍ଞପ୍ତି ଅନୁଯାଇ ଚଳାଚଳ କରିବ I

Comments are closed.