୨ ଟ୍ରକ ମୁହାଁମୁହିଁ ଧକ୍କା ; ଜଣେ ମୃତ , ଜଣେ ଗୁରୁତର

କୋରାପୁଟ : ଦୁଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଏଭଳି ଏକ ଦୁର୍ଘଟଣା କୋରାପୁଟ ଜିଲା ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ୨୬ ନମ୍ବର ଜାତୀୟ ରାଜପଥ ସିପାଇପୁଟ ନିକଟରେ ଘଟିଛି ବୋଲି ବୁଧବାର ଜଣାପଡିଛି। ଘଟଣା ଘଟିବା ପରେ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଏହି ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି।