ମଙ୍ଗଳବାର ରାଶିଫଳ ( ୦୬- ୦୪- ୨୦୨୦ )

ମେଷ: ମନରେ ଉଦ୍‌ବେଗ ଜାତ ହୋଇପାରେ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବଳିଷ୍ଠ ଓ ଶତ୍ରୁଜୟୀ ହେବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ଶାନ୍ତି ମିଳିବ।
ବୃଷ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳମନା ହୋଇପାରନ୍ତି। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ହୁଏତ ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯିବ। ପ୍ରଚୁର ଧନଲାଭ ହେବ।
ମିଥୁନ: ଚୌର ଭୟ ଥିବାରୁ ସତର୍କତା ଏକାନ୍ତ ଜରୁରୀ। ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ବ୍ୟକ୍ତିତ୍ବ ବିକଶିତ ହେବ। ସ୍ବାସ୍ଥ୍ୟ ଭଲ ରଖିବ। କୃଷି କର୍ମକାରୀ ହୋଇପାରନ୍ତି। ବୁଦ୍ଧିମାନ୍‌ ହେବେ।
କର୍କଟ: ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ସାହସୀ ହେବେ। ସାନଭାଇଙ୍କଠାରୁ ଭକ୍ତି ମିଳିବ।
ସିଂହ: ଲୋକପ୍ରିୟତା ଅର୍ଜନ କରିପାରନ୍ତି। ପରମ ସୌଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ସୁଖ ମିଳିବ। ବିଭିନ୍ନ ଦିଗରୁ ଧନାଗମ ହେବ। ମିତ୍ର ସୁଖ ଲାଭ କରିପାରନ୍ତି।
କନ୍ୟା: ଆୟ ଆଶାନୁରୂପ ହେବ। ଉତ୍ତମ ଭୋଜନ ମିଳିବ। ଐଶ୍ବର୍ଯ୍ୟଯୁକ୍ତ ହେବେ। ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି।
ତୁଳା: ଚଞ୍ଚଳମନା ହେବେ। ମାତ୍ର ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଅଧିକାଂଶ ସମୟ ଏକାନ୍ତରେ ରହିପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ। ସରଳ ଓ ମଧୁର ସମ୍ଭାଷଣରେ ପରକୁ ଆପଣାର କରିବେ। ସାହସୀ ଓ ଜ୍ଞାନୀ ହେବେ।
ବିଛା: ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ମନ ଚଳ-ଚଞ୍ଚଳ ରହିବ। ସରକାରୀ ଅଥବା କାର୍ଯ୍ୟ କରୁଥିବା ବିଭାଗୀୟ ସ୍ତରରେ ସମ୍ମାନିତ ହେବେ।
ଧନୁ: କାର୍ଯ୍ୟରେ ସଫଳତା ଲାଭ କରିବେ। ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସୁଖ ଅବ୍ୟାହତ ରହିବ।
ମକର: ଭାଗ୍ୟଶାଳୀ ହେବେ। ଭୋଗ ବିଳାସରେ ଦିନ ବିତାଇ ପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା ହେବେ। ପ୍ରବାସପ୍ରିୟ ହୋଇପାରନ୍ତି। ବିଦ୍ବାନ୍‌ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ। ସାହସୀ ଓ ସମ୍ପତ୍ତିବାନ୍‌ ହେବେ।
କୁମ୍ଭ: ନିଜେ କରିଥିବା କାର୍ଯ୍ୟର ସମୀକ୍ଷା କରିପାରନ୍ତି। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟରୁ ସାମାନ୍ୟ ଲାଭ ମିଳିବ। ସୁଭାଷୀ ଓ ସୁବିଦ୍ୟାଯୁକ୍ତ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ।
ମୀନ: ବନ୍ଧୁ ମିଳନରେ ବିଶେଷ ଉପକୃତ ହେବେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସେବା ମନୋଭାବାପନ୍ନ ହୋଇପାରନ୍ତି। ସାମୟିକ ଭାବେ ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।

Comments are closed.