ମଙ୍ଗଳବାର ରାଶିଫଳ ୨୨.୦୬.୨୦୨୧

ମେଷ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଉତ୍ତମ ଗୁଣ ସମ୍ପନ୍ନ ହେବେ। ନୀତିନିଷ୍ଠ ଓ ବିନୀତ ସ୍ବଭାବର ହେବେ। ଗ୍ରାମ ଓ ଦଳ ମଧ୍ୟରେ ଭେଦନୀତିର କାରଣ ହୋଇପାରନ୍ତି। ସତର୍କରେ ଚଳିବାକୁ ପଡ଼ିବ।
ବୃଷ: ବନ୍ଧୁ ମିଳନ ଘଟିବ। ସୁଖକର ଘଟଣା ଘଟିବ। କାର୍ଯ୍ୟରେ ସଫଳତା ଲାଭ କରିବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି।
ମିଥୁନ: ସୁସମ୍ବାଦ ପାଇ ଖୁସି ହେବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ କରିପାରନ୍ତି। ଋଣ ପରିଶୋଧ କରିପାରନ୍ତି। ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରି ପାଇବେ। ଉପଯୁକ୍ତ ପରାମର୍ଶଦାତା ହେବେ।
କର୍କଟ: ଧୈର୍ଯ୍ୟଧରି କାର୍ଯ୍ୟ କରିବେ। ଶୁଭଖବର ପାଇ ପ୍ରଫୁଲ୍ଲିତ ହେବେ। ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। ବହୁ ବିଦ୍ୟା ପାରଙ୍ଗମ ହେବେ।
ସିଂହ: କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ବହୁମିତ୍ରଙ୍କ ସାହାଯ୍ୟ ମିଳିବ। ସନ୍‌ମାର୍ଗୀ ହେବେ। ଶ୍ରେଷ୍ଠ ପଦପଦବୀରେ ଆସୀନ ହୋଇପାରନ୍ତି। ଉପଯୁକ୍ତ କର୍ମାନୁରକ୍ତ ହେବେ। ଯଶ୍ବସୀ ହୋଇପାରନ୍ତି।
କନ୍ୟା: କାର୍ଯ୍ୟରେ ସଫଳତା ଲାଭ କରିବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଅଶାନ୍ତି ଦୂର ହେବ। ଦେବ ଦର୍ଶନ ଲାଭର ସୁଯୋଗ ଅଛି। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।
ତୁଳା: ଆଶାବାଦୀ ହୋଇପାରନ୍ତି। ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ। ପୁତ୍ର ଲାଭର ସୂଚନା ମିଳୁଛି। ମନ୍ତ୍ର-ଶାସ୍ତ୍ରାଦି ଆୟତ୍ତ କରିବାରେ ପାରଙ୍ଗମ ହେବେ। ଯାନବାହନ ସୁଖ ମିଳିବ। ବାକ୍ୟ ପଟୁ ହେବେ।
ବିଛା: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ବୃଦ୍ଧି ହେବ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ।
ଧନୁ: ଧର୍ମ କାର୍ଯ୍ୟରେ ଧନବ୍ୟୟ କରିପାରନ୍ତି। ବିବାଦୀୟ ବିତର୍କରେ ଭାଗ ନନେଇ ନିରବ ଦର୍ଶକ ସାଜିପାରନ୍ତି। ମଧୁର କଥାରେ ପରକୁ ଆପଣାର କରିବାରେ ପାରଙ୍ଗମ ହେବେ। ନିରଳସ ଭାବେ କାର୍ଯ୍ୟ ସମ୍ପାଦନ କରିବେ।
ମକର: ରୋଜଗାର ଆଶାନୁରୂପ ହେବ। ସୁସମ୍ବାଦ ଶୁଣି ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି।
କୁମ୍ଭ: କାର୍ଯ୍ୟରେ ଅପୂର୍ବ ସଫଳତା ମିଳିବ। ଶୁଭ ସମ୍ବାଦ ପାଇ ଆନନ୍ଦ ଅନୁଭବ କରିବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ପ୍ରତିଯୋଗିତାରେ ବିଜୟୀ ହେବେ।
ମୀନ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଧର୍ମ ମାର୍ଗରେ ମନୋନିବେଶ କରିବେ।

Comments are closed.