ମଙ୍ଗଳବାର ରାଶିଫଳ

ମେଷ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନପ୍ରାପ୍ତିର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ବିଭିନ୍ନ ଦିଗରୁ ଆର୍ଥିକ ସ୍ରୋତ ବହିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ।

ବୃଷ: ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ବ୍ୟକ୍ତି ବିଶେଷ ଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷି କର୍ମକାରୀ ହେବେ। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ ହେବେ।

ମିଥୁନ: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ମନ ପ୍ରସନ୍ନ ରହିବ। ଧର୍ମପରାୟଣ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ।

କର୍କଟ: ଲୋଭଗ୍ରସ୍ତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ। ଏକ ପତ୍ନୀ ବ୍ରତ ଆଚରଣ କରିବେ। ବ୍ୟବସାୟରୁ ଅଧିକ ଧନଲାଭ ହେବାର ସୂଚନା ମିଳୁଛି।

ସିଂହ: ଶ୍ରୀଚନ୍ଦ୍ର ଭୋଗହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ରଣାଙ୍ଗନରେ ବୀରତ୍ବର ପରିପ୍ରକାଶ ଘଟାଇପାରନ୍ତି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।

କନ୍ୟା: କାର୍ଯ୍ୟ କରି ଚାଲିବେ; ମାତ୍ର ତାହା କଷ୍ଟ ସାଧ୍ୟ ହେବ। ଚଞ୍ଚଳ ସ୍ବଭାବର ହୋଇପାରନ୍ତି। ସରଳ, ମଧୁର ଭାଷା ପ୍ରୟୋଗ କରି ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ଦୁଃସାହସୀ ଭାବେ ଅସାଧ୍ୟ ସାଧନ କରିପାରନ୍ତି। ଜ୍ଞାନ-ଗରିମା ବୃଦ୍ଧି ହେବ।

ତୁଳା: ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟାକୁ ପ୍ରାଧାନ୍ୟ ଦେବେ।

ବିଛା: ପରିଶ୍ରମ ଅଧିକ ହେଲେ ବି, ତା’ର ମୂଲ୍ୟ ମିଳିବ। ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ଆତ୍ମତୃପ୍ତି ଲାଭ କରିବେ।

ଧନୁ: ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସରେ ସମୟ ବିତାଇପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଶାନ୍ତି ମିଳିବ।

ମକର: ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ରହିବାକୁ ପଡ଼ିବ। ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟରୁ ଲାଭବାନ୍‌ ହେବେ। ଜଳଯାତ୍ରା ନ କରିବା ବୁଦ୍ଧିମାନର କାର୍ଯ୍ୟ ହେବ। ପରଧନରେ ଧନୀ ହୋଇପାରନ୍ତି।

କୁମ୍ଭ: ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ନିଷ୍ଠାପର ହେବେ। ନିଜ ଉଦ୍ୟମରେ ଚାଲୁ ରଖିଥିବା କାର୍ଯ୍ୟ ପାଇଁ ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ କାର୍ଯ୍ୟ ପ୍ରଶଂସନୀୟ ହେବ।

ମୀନ: କାର୍ଯ୍ୟରେ ସହଯୋଗ ପାଇବା ପାଇଁ ଅପେକ୍ଷା କରିବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ମାନସିକ ଶାନ୍ତି ଫେରିପାଇବେ। ଚାକିରି କ୍ଷେତ୍ରରେ ଉଚ୍ଚକତ୍ତୃର୍ର୍ପକ୍ଷଙ୍କ ପ୍ରିୟଭାଜନ ହେବେ।

Comments are closed.