ମଙ୍ଗଳବାର ରାଶିଫଳ ( ୦୩-୦୩-୨୦୨୦)

ମେଷ: ପ୍ରିୟଭାଷୀ ହୋଇପାରନ୍ତି। ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ବହୁ ସମ୍ମାନର ଅଧିକାରୀ ହେବେ। ଶିଳ୍ପୋଦ୍ୟୋଗୀ ହିସାବରେ ଉନ୍ନୟନ କାର୍ଯ୍ୟ କରିପାରନ୍ତି। ହସଖୁସି ସ୍ବଭାବର ହୋଇପାରନ୍ତି। ଗୁପ୍ତ ବିଦ୍ୟାରେ ପାରଙ୍ଗମ ହେବେ।
ବୃଷ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହୋଇପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
ମିଥୁନ: ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁଁ ବିବ୍ରତ ହୋଇପାରନ୍ତି। ବିବାଦୀୟ ପରିସ୍ଥିତି ଉପୁଜି ପାରେ। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ। ମଧୁର ସମ୍ଭାଷଣରେ ପରକୁ ଆପଣାର କରିପାରନ୍ତି। ବନ୍ଧୁ ବିରୋଧ ସମ୍ମୁଖୀନ ହେବେ।
କର୍କଟ: ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହୋଇ ଅର୍ଥ ଲାଭ କରିବେ। ସୁ ସମ୍ବାଦ ପାଇ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‍କର୍ମରେ ନିଜକୁ ନିୟୋଜିତ କରିବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁଖୀ ହେବେ।
ସିଂହ: କାର୍ଯ୍ୟରେ ସଫଳତା ଲାଭ କରିବେ। ଶୁଭ ଖବର ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ବ୍ୟବସାୟରୁ ଲାଭ ମିଳିବ।
କନ୍ୟା: ନୂଆ କାର୍ଯ୍ୟ କରିବା ସୁଯୋଗ ସୃଷ୍ଟି ହୋଇଛି। କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‍ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଭକ୍ତିଗାଥା ଶୁଣିବାକୁ ଇଚ୍ଛାପ୍ରକାଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ତୁଳା: ଅର୍ଥ ଟାଣ-ଟୁଣ ରହିବ। ଶୁଭକାର୍ଯ୍ୟ ବର୍ଜନୀୟ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ପାରିବାରିକ ଅଶାନ୍ତି ଦେଖା ଦେଇପାରେ। ସ୍ୱାଭିମାନୀ ଓ ଆଳସ୍ୟ ପରାୟଣ ହେବେ। ପାଇଲା ଧନ ହାତରୁ ଖସି ଯାଇପାରେ।
ବିଛା: ବୁଝି-ବିଚାରି କାର୍ଯ୍ୟ କଲେ ସଫଳତା ମିଳିବ। କ୍ରିୟାଶୀଳ ହୋଇପାରନ୍ତି। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଆନନ୍ଦ ଉପଭୋଗ କରିବେ। ପ୍ରୀତି ଭୋଜନରେ ଆପ୍ୟାୟିତ ହେବେ। ବ୍ୟବସାୟ ଲାଭଜନକ ହେବ।
ଧନୁ: ଘାତଚନ୍ଦ୍ର ଭୋଗହେତୁ ପ୍ରତ୍ୟେକ କ୍ଷେତ୍ରରେ ସାବଧାନତାର ସହ କାର୍ଯ୍ୟ କରିବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭ ଖବର ପାଇ ଖୁସି ହେବେ। ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ। ଋଣ ପରିଶୋଧ କରିପାରନ୍ତି।
ମକର: ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁ ସମ୍ବାଦ ପାଇ ଖୁସି ହୋଇପାରନ୍ତି। ଦିନଟି ମଧ୍ୟମ ଧରଣର। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ଦିଗରୁ ଅର୍ଥାଗମର ସୁଯୋଗ ସୃଷ୍ଟି ହୋଇଛି।
କୁମ୍ଭ: କେତେକ କ୍ଷେତ୍ରରେ ବାଦାନୁବାଦର ସମ୍ମୁଖୀନ ହୋଇପାରନ୍ତି। ଭୁଲ ବୁଝାମଣା ଯୋଗୁଁ ମନସ୍ତାପ କରିପାରନ୍ତି। ପରିଶ୍ରମର ମୂଲ୍ୟ ମିଳିବ। କାର୍ଯ୍ୟରେ ସଫଳତା ମିଳିବ; ମାତ୍ର ବହୁ କଷ୍ଟରେ। ସାମର୍ଥ୍ୟର ପରିପ୍ରକାଶ ଘଟାଇପାରନ୍ତି।
ମୀନ: ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଦେବଦର୍ଶନ କରି ଆତ୍ମ ସନ୍ତୋଷ ଲାଭ କରିପାରନ୍ତି। ଅଶାନ୍ତିର ଉପଶମ ହେବ। ସରକାରୀ ସ୍ତରରୁ ଲାଭବାନ୍‍ ହେବେ। ହସଖୁସିରେ ସମୟ ଅତିବାହିତ କରିପାରନ୍ତି।

Comments are closed.