ମଙ୍ଗଳବାର ରାଶିଫଳ

ମେଷ: ଏକ ନୂତନ ଉନ୍ନତିମୂଳକ କାର୍ଯ୍ୟପ୍ରତି ଆଗ୍ରହ ପ୍ରକାଶ କରିବେ। ପ୍ରତିରୋଧ ସତ୍ତ୍ବେ ଆଗକୁ ମାଡ଼ି ଚାଲିବେ। ଉଦାର ସ୍ୱଭାବର ହୋଇପାରନ୍ତି। ଦାନ-ଧର୍ମକୁ ଆଦରି ନେବେ। ଉତ୍ତମ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ। ବୁଦ୍ଧିମାନ୍‍ ହେବେ।
ବୃଷ: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ମନ ପ୍ରସନ୍ନ ରହିବ। ଭାଷାବିତ୍‍ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ବନ୍ଧୁପ୍ରେମୀ ଓ ଧାର୍ମିକ ହୋଇପାରନ୍ତି। ବିବାଦରେ ବିଜୟୀ ହେବେ।
ମିଥୁନ: ପୈତୃକ ସମ୍ପତ୍ତିରୁ ଲାଭାବନ୍‍ ହୋଇପାରନ୍ତି। ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ସ୍ତ୍ରୀ ବିଳାସୀ ଓ ମିତ୍ର ସୁଖ ଲାଭ କରିବେ।
କର୍କଟ: ଅନ୍ୟ ପାଇଁ କଷ୍ଟ ସହି କାର୍ଯ୍ୟ କରିବେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ। ରୋଜଗାର ଆଶାନୁରୂପ ହେବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।
ସିଂହ: ମୂଲ୍ୟବାନ୍‍ ଦ୍ରବ୍ୟ ଲାଭ ହୋଇପାରେ। ଥଣ୍ଡା ଜନିତ ସାମାନ୍ୟ କ୍ଳେଶଭୋଗ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ମିଷ୍ଟଭାଷୀ ଭାବେ ଜନ ସମାଜଙ୍କର ଆଦରଣୀୟ ହେବେ। ରାଜଯୋଗ ଭୋଗ କରିପାରନ୍ତି।
କନ୍ୟା: ଆୟ ଆଶାନୁରୂପ ହେବ। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଜ୍ୟୋତିଷ ବିଦ୍ୟାରେ ରୁଚି ରହିବ।
ତୁଳା: ବ୍ୟବସାୟରେ ସ୍ଥିତାବସ୍ଥା ବଜାୟ ରହିବ। ସାଧନାରେ ସିଦ୍ଧିଲାଭ କରିବେ। କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ଯଶ ଅର୍ଜନରେ ଆତ୍ମତୃପ୍ତି ମିଳିବ।
ବିଛା: ଗୃହ କାର୍ଯ୍ୟ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍‍ ହେବେ।
ଧନୁ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଦୁଃସାହସିକ ପଦକ୍ଷେପ ନେଇ ପାରନ୍ତି। ଦୁଃଖକର ଖବର ମିଳିପାରେ। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।
ମକର: ପରର ଉପକାର କରିବାକୁ ଯାଇ ଧୋକା ଖାଇପାରନ୍ତି। ଆଦର, ସମ୍ମାନ ମିଳିପାରେ ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଶୁଭପ୍ରଦ ହେବ।
କୁମ୍ଭ: ପାରିବାରିକ ଶାନ୍ତି ଅବ୍ୟାହତ ରହିବ। ଦୃଢ଼ମନୋବଳ ନେଇ କାର୍ଯ୍ୟ କରିବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଯଶସ୍ୱୀ ହେବେ। ସର୍ବତ୍ର ବିଜୟୀ ହୋଇପାରନ୍ତି।
ମୀନ: ପରର ଉପକାର କରିବାକୁ ଯାଇ ଅସୁବିଧାରେ ପଡ଼ିପାରନ୍ତି। କେତେକ କ୍ଷେତ୍ରରେ ନିରବ ଦ୍ରଷ୍ଟା ସାଜିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଜୁଆ ଅଥବା ଲଟେରିରୁ ଧନଲାଭ ହୋଇପାରେ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ସୁଖ ମିଳିବ।

Comments are closed.