ମଙ୍ଗଳବାର ରାଶିଫଳ

ମେଷ: ପରିସ୍ଥିତିକୁ ଆୟତ୍ତାଧୀନ କରିପାରନ୍ତି। ଦୁଶ୍ଚିନ୍ତା ଦୂର ହେବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାଶ କରିବେ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ।
ବୃଷ: ଅନ୍ୟକୁ ସାହାଯ୍ୟ କରି ଅପଦସ୍ତ ହୋଇପାରନ୍ତି। କଳହଠାରୁ ଦୂରେଇ ରହିବେ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ। କୃଷି ଉପରେ ଧ୍ୟାନ ଦେବେ। ବୁଦ୍ଧିମାନ୍‌ ହେବେ।
ମିଥୁନ: ଲୋକ ସଂପର୍କ ବୃଦ୍ଧି ହୋଇପାରେ। ଦୃଢ଼ ମନୋବଳ ନେଇ କାର୍ଯ୍ୟରେ ଆଗେଇବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫରେ ଆକ୍ରାନ୍ତ ହେବେ। ପ୍ରେମୀ ଓ ସାହସୀ ହୋଇପାରନ୍ତି।
କର୍କଟ: ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତି ପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ଏକ ପତ୍ନୀ ବ୍ରତ ଆଚରଣ କରିବେ। ମିତ୍ର ସୁଖ ଲାଭ କରିବେ। ଧନାଗମ ହେବ।
ସିଂହ: ମାଲିମୋକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି। ବଳଶାଳୀ ହେବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ଅଦାଲତି ମାମଲାରେ ବିଜୟୀ ହେବେ। ମିଷ୍ଟାନ୍ନ ଭୋଜନରେ ଅପ୍ୟାୟିତ ହେବେ। ନୂଆବନ୍ଧୁ ଜୁଟିବେ। ଚକ୍ଷୁପୀଡ଼ା ଭୋଗ କରିପାରନ୍ତି।
କନ୍ୟା: ଭ୍ରାତୃ ଜଞ୍ଜାଳରେ ବ୍ୟସ୍ତ ରହିପାରନ୍ତି। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଥଣ୍ଡା-କଫ ଜନିତ ପୀଡ଼ା ଭୋଗ କରିପାରନ୍ତି। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ସାହସୀ ହେବେ। ଜ୍ଞାନ ଗରିମା ବୃଦ୍ଧି ହୋଇପାରେ।
ତୁଳା: ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି।
ବିଛା: କର୍ମ ସଂସ୍ଥାନରେ ଯୋଗ ଦେଇ ଖୁସି ହୋଇପାରନ୍ତି। ଆତ୍ମସନ୍ତୋଷ ଲାଭ କରିବେ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ।
ଧନୁ: କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସତ୍‌କାର୍ଯ୍ୟରେ ବ୍ୟୟ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ସାହସୀ ଓ ବିଦ୍ବାନ୍‌ ହେବେ।
ମକର: ଭାଇ-ଭାଇମାନଙ୍କ ମଧ୍ୟରେ ମନୋମାଳିନ୍ୟ ଘଟିପାରେ। ସୁଖ ମିଳିବ। କଷ୍ଟସାଧ୍ୟ ହେବ। ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ଯୋଗୁଁ ସତର୍କ ରହିବେ।
କୁମ୍ଭ: କର୍ମକ୍ଷେତ୍ରରେ ସର୍ବଦା ପ୍ରସନ୍ନ ରହିବେ। ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବୀ ହେବେ। ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।
ମୀନ: ଅଧିକ ଦାୟିତ୍ବ ବହନ କରିବେ। ନିରବ ଭାବ ପ୍ରଦର୍ଶନ କରିପାରନ୍ତି। ଭାଇମାନଙ୍କ ମଧ୍ୟରେ ଶ୍ରଦ୍ଧାଭାବ ରହିବ। ସୁସ୍ଥ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ।

Comments are closed.