ମଙ୍ଗଳବାର ରାଶିଫଳ

ମେଷ: ଅର୍ଥାଭାବ ପୂରଣ କରିବାରେ ସକ୍ଷମ ହେବେ। ଆୟ ଯଥେଷ୍ଟ ପରିମାଣର ହେବ। ସୁସ୍ଥ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।
ବୃଷ: ଭ୍ରାତୃ ବିବାଦ ଦୂରେଇ ଯିବ। କାର୍ଯ୍ୟରେ ସଫଳତା ଲାଭ କରିବେ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ଉପରେ ସ୍ନେହ,​‌ ସଦିଚ୍ଛା ରହିବ।
ମିଥୁନ: ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି। ଆଶ୍ବସ୍ତି ମିଳିବ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ଦିନଟି ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।
କର୍କଟ: ପାରିବାରିକ ସ୍ତରରେ ଅଶାନ୍ତର ସୂତ୍ରପାତ ହୋଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷା ପରାୟଣ ହେବେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରେ ଲାଭବାନ୍‌ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ମନା।
ସିଂହ: ଆର୍ଥିକ ସହାୟତା ପାଇ କୃତଜ୍ଞ ହୋଇପାରନ୍ତି। ବନ୍ଧୁ ମିଳନ ଘଟିବାର ସୁଯୋଗ ଅଛି। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହେବେ। ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତି ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ କଥାରେ ଚଳିବେ।
କନ୍ୟା: ଅଧସ୍ତନଙ୍କ ଭୁଲ କାର୍ଯ୍ୟ ପାଇଁ ବିରକ୍ତି ପ୍ରକାଶ କରିପାରନ୍ତି। ମନରେ କ୍ଷୋଭ ବୃଦ୍ଧି ହୋଇପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ମିଳିବ।
ତୁଳା: ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଚିନ୍ତାଗ୍ରସ୍ତ ହେବେ। ଚଞ୍ଚଳ ପ୍ରକୃତିର ହେବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ସୁଖ ମିଳିବ।
ବିଛା: ଲକ୍ଷ୍ୟ ହାସଲ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି। ଶ୍ରମ ସାର୍ଥକ ହେବ। ଉଦାର ସ୍ବଭାବର ହେବେ। ଦାନଶୀଳ ହେବାର ସୂଚନା ମିଳୁଛି। ବ୍ୟକ୍ତିତ୍ବର ବିକାଶ ଘଟିବ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ହେବେ। ବୁଦ୍ଧିମାନ୍‌ ହୋଇପାରନ୍ତି।
ଧନୁ: ଶ୍ରମର ମୂଲ୍ୟାଙ୍କନ ହୋଇପାରେ। କର୍ମକ୍ଷେତ୍ର ଅଧିକ ଉତ୍ସାହପ୍ରଦ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ବିବାଦରେ ବିଜୟୀ ହେବେ।
ମକର: ବିଶ୍ବାସ ଘାତକତାର ଶିକାର ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଏକ ପତ୍ନୀବ୍ରତ ଆଚରି ପାରନ୍ତି। ମିତ୍ରମାନଙ୍କ ଠାରୁ ମିଳିଥିବା ଧନ କାର୍ଯ୍ୟରେ ଲାଗିବ।
କୁମ୍ଭ: ମୂଲ୍ୟବାନ ଦ୍ରବ୍ୟ ମିଳିପାରେ। ସୁଖ-ସମ୍ମାନ ଲାଭ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଶକ୍ତିମାନ୍‌ ହେବେ। ମନୋବଳ ଦୃଢ଼ ରହିବ। ଐଶ୍ବର୍ଯ୍ୟଯୁକ୍ତ ହେବେ। ରଣାଙ୍ଗନରେ ବିଜୟୀ ହେବେ। ମାଲିମୋକଦ୍ଦମାରେ ଜିଣିବେ। ଧନଲାଭ ହେବ।
ମୀନ: ସଫଳତାର ନିକଟବର୍ତ୍ତୀ ହେବେ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଚଞ୍ଚଳ ସ୍ବଭାବର ହୋଇପାରନ୍ତି। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ଖର୍ଚ୍ଚାନ୍ତ ହୋଇପାରନ୍ତି।

Comments are closed.