ମଙ୍ଗଳବାର ରାଶିଫଳ (୨୮। ୭। ୨୦୨୦)

ମେଷ: ମନସ୍କାମନା ପୂର୍ଣ୍ଣହେବ। ବନ୍ଧୁ ମିଳନରେ ଜୀବନର ଏକ ନୂଆ ଅଧ୍ୟାୟ ସୃଷ୍ଟି ହେବ। ବ୍ୟବସାୟ ଲାଭଜନକ ହେବ। ସମାଜସେବାକୁ ସାଦରେ ଗ୍ରହଣ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସହଧର୍ମିଣୀଙ୍କ ପରାମର୍ଶରେ ଚଳିବେ।

ବୃଷ: ଶତ୍ରୁର ମୁକାବିଲା କରି ବିଜୟୀ ହେବେ। ଶାନ୍ତି-ସନ୍ତୋଷ ଲାଭ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚାକିରିକ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରି ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

ମିଥୁନ: ମନୋଭାବରେ ପରିବର୍ତ୍ତନ ଘଟିବ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହେବ। ବିଭିନ୍ନ ଦିଗରୁ ଅର୍ଥଲାଭ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ।

କର୍କଟ: ଚରିତ୍ରବାନ୍‌ ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ବ୍ୟକ୍ତି ବିଶେଷଭାବେ ଗୌରାବାନ୍ବିତ ହେବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ସିଂହ: କର୍ମକ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିବେ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ଓ ମେଳାପୀ ବ୍ୟକ୍ତିଭାବେ ଆଦରଣୀୟ ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ।

କନ୍ୟା: ଭାଗ୍ୟଶାଳୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରୁ ଅଧିକ ଧନଲାଭ ହେବ। ବିଦ୍ୟାପ୍ରେମୀ ଓ ମଧୁରଭାଷୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ।

ତୁଳା: ବୁଝିବିଚାରି କାର୍ଯ୍ୟ କରିବାକୁ ପଡ଼ିବ। ଆନନ୍ଦ-ଉତ୍ସବରେ ଦିନଟି ଅତିବାହିତ କରିପାରନ୍ତି। ଐଶ୍ବର୍ଯ୍ୟଯୁକ୍ତ ହେବେ। ସାହସିକତା ପ୍ରତିପାଦନ କରିବେ। ମାଲି-ମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ। ସୁସ୍ବାଦୁ ଭୋଜନ ମିଳିବ।

ବିଛା: ନିଜ ବୁଦ୍ଧି ବଳରେ ଆଗକୁ ବଢ଼ିବେ। ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ସ୍ନେହପୂର୍ଣ୍ଣ ଭାଷା ଓ ବ୍ୟବହାରରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

ଧନୁ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତ ହେବେ। ଯାନବାହନ ସୁଖ ମିଳିବ। ସୁଖୀ ହେବେ।

ମକର: କର୍ମତତ୍ପରତା ପ୍ରକାଶ ପାଇବ। ନିଜ ପରିବାରର ମୁଖପାତ୍ର ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ।

କୁମ୍ଭ: ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ଅଟେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହୋଇପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ମହିଳା ସହାୟିକାଙ୍କ ଦ୍ବାରା ଉପକୃତ ହେବେ।

ମୀନ: କାର୍ଯ୍ୟରେ ସଫଳତା ଲାଭ କରିବେ। ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

Comments are closed.