ମଙ୍ଗଳବାର ରାଶିଫଳ

ମେଷ: ଅଯଥାରେ ଆଶଙ୍କା ଅନୁଭବ କରିପାରନ୍ତି। ବନ୍ଧୁଙ୍କ ସହାୟତା ମିଳିପାରେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ।
ବୃଷ: ଆଶାବାଦୀ ହୋଇପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଚମତ୍କାରିତା ଲାଭ ପ୍ରାପ୍ତ ହେବେ। ବନ୍ଧୁଦ୍ୱେଷୀ ହେବେ।
ମିଥୁନ: ଦେବ ପୂଜାରେ ନିମଗ୍ନ ହୋଇପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆସନ୍ନ ପ୍ରସବା ଥିଲେ କନ୍ୟା ସନ୍ତାନ ଜାତ ହୋଇପାରେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରେ ପ୍ରଚୁର ଧନ ଲାଭ ହେବ। ଶିକ୍ଷିତା ପତ୍ନୀଙ୍କ ସାନ୍ନିଧ୍ୟ ମିଳିବ।
କର୍କଟ: ଉଦାର ସ୍ୱଭାବର ହୋଇପାରନ୍ତି। ଦାନକୁ ଶ୍ରେଷ୍ଠ ଧର୍ମ ଭାବେ ବିଚାର କରିବେ। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱଯୁକ୍ତ ହୋଇପାରନ୍ତି। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷି କର୍ମକାରୀ ହେବେ। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ।
ସିଂହ: ନିଷ୍ଠାପର ଭାବେ କାର୍ଯ୍ୟ ସମ୍ପାଦନ କରି ପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରବୃତ୍ତିର ହେବେ। ମଧୁର ଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଜନାଦୃତ ହୋଇପାରନ୍ତି।
କନ୍ୟା: ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିପାରନ୍ତି। ବ୍ୟବସାୟ ଲଭଜନକ ହେବ।
ତୁଳା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ସୁସ୍ୱାଦୁ ଭୋଜନ ମିଳିବ। ରୋଜଗାର ଆଶାନୁରୂପ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ରଣାଙ୍ଗନରେ ବୀରତ୍ୱ ପ୍ରତିପାଦନ କରିପାରନ୍ତି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।
ବିଛା: ବନ୍ଧୁମେଳରେ ଆନନ୍ଦ ଅନୁଭବ କରିପାରନ୍ତ; ତଥାପି ପଥରୋଧର ସମ୍ମୁଖୀନ ହେବେ। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ମନଭୁଲା କଥା କହି ପରକୁ ଆପଣାର କରିବେ। ସାହସୀ ହେବେ।
ଧନୁ: ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ମିଳିପାରେ। ସନ୍ତାନମାନେ ଗୁଣୀ ଓ ସମ୍ମତ୍ତିଯୁକ୍ତ ହେବେ।
ମକର: ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇଯିବେ। ଆପଣଙ୍କୁ ପରିଶ୍ରମର ମୂଲ୍ୟ ମିଳିବ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ।
କୁମ୍ଭ: ଅଭାବ ମେଣ୍ଟାଇବାକୁ ସକ୍ଷମ ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ।
ମୀନ: ଅସୁବିଧାରେ ପଡ଼ିପାରନ୍ତି। ଦୁଃଖ-କଷ୍ଟ ସାମ୍‍ନା କରିବାକୁ ପଡ଼ିବ। ସ୍ୱାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

Comments are closed.