ମଙ୍ଗଳବାର ରାଶିଫଳ(୨୯/୧୨/୨୦୨୦)

ମେଷ: ଶ୍ରମ ଲାଘବ ହେବ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।
ବୃଷ: କାର୍ଯ୍ୟରେ ସଫଳତା ଲାଭ କରିବେ; ମାତ୍ର ବିଳମ୍ବରେ। ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ସାହସୀ ହୋଇପାରନ୍ତି। ଭାଇମାନଙ୍କ ଠାରୁ ଆଦର ମିଳିବ।
ମିଥୁନ: ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ବିଭିନ୍ନ ଦିଗରୁ ଆଶାନୁରୂପ ଆୟ ଆସିବ। ଐଶ୍ବର୍ଯ୍ୟଯୁକ୍ତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ସମ୍ପଦ ଭରପୂର ରହିବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି।
କର୍କଟ: ଶୁଭାଶୁଭ ମିଶ୍ରିତ ଫଳପ୍ରାପ୍ତ ହେବେ। କର୍ମଚଞ୍ଚଳ ରହିବେ। ଏକାନ୍ତରେ ସମୟ କଟାଇବାକୁ ଇଚ୍ଛା କରିବେ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ସାହସୀ ହେବେ। ଜ୍ଞାନ ଗରିମାଯୁକ୍ତ ହୋଇପାରନ୍ତି।
ସିଂହ: ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି। ସୁଖୀ ହେବେ।
କନ୍ୟା: କାର୍ଯ୍ୟରେ ସଫଳତା ଲାଭ କରିବେ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସୁଖ ମିଳିବ।
ତୁଳା: ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ, ଉଦ୍ୟୋଗୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ।
ବିଛା: କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ‘ଯେସାକୁ ତେସା’ ବ୍ୟବହାର କରିବାକୁ ବାଧ୍ୟ ହେବେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ହେତୁ ସତର୍କ ରହିବେ।
ଧନୁ: କାର୍ଯ୍ୟ କରାୟତ୍ତ ହେବ। ବ୍ୟବସାୟ ଲାଭଜନକ ହେବ। ବନ୍ଧୁ ମିଳନରେ ଉପକୃତ ହୋଇପାରନ୍ତି। ସମାଜସେବା ପ୍ରତି ମନ ବଲାଇ ପାରନ୍ତି। ବେଳେ ବେଳେ ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀ ଉପଦେଷ୍ଟା ହେବେ।
ମକର: ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ ସଂପାଦନ କରିବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
କୁମ୍ଭ: ଇଷ୍ଟଙ୍କ ଠାରେ ଧ୍ୟାନରତ ହୋଇ କାର୍ଯ୍ୟଭାର ଗ୍ରହଣ କରିବେ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବୋହିବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ।
ମୀନ: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ୍‌ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ସ୍ବାସ୍ଥ୍ୟ ଅତୁଟ ରହିବ। କୃଷି କର୍ମକାରୀ ହେବେ। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ।

Comments are closed.