ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି

ଭୁବନେଶ୍ୱର: ହଠାତ୍‍ ଅସୁସ୍ଥ୍‍ ହେବାରୁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ପଦ୍ମଶ୍ରୀ ତୁଳସୀ ମୁଣ୍ଡା। ମଙ୍ଗଳବାର ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ପ୍ରଥମେ ତାଙ୍କୁ ଯୋଡ଼ା ସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ଏବଂ ପରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ମୁତାବକ, ଗତକାଲି ସେ କେନ୍ଦୁଝରର ବଡବିଲକୁ ଏକ କାର୍ୟ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିଲେ। ସେଠାରୁ ସେରଣ୍ଡାସ୍ଥିତ ତାଙ୍କ ଆଶ୍ରମକୁ ଫେରିବା ପରେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କ ସହେଯାଗୀମାନେ ପ୍ରଥମେ ଯୋଡା ଟାଟା ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ନିମନ୍ତେ ଡାକ୍ତରମାନେ ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ପରାମର୍ଶ ଦେଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

Comments are closed.