ଜାମୁଡଝୁଲା ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ଉଡ଼ିଲା ତ୍ରିରଙ୍ଗା

ତୁରେକେଲା ବ୍ଲକ ଜାମୁଡଝୁଲା ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ୭୬ତମ ସ୍ୱାଧୀନତା ଦିବସ  ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ତଥା ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତି ମୁଖ୍ୟ ଅତିଥି ରୁପେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସଙ୍ଗେ ସଙ୍ଗେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଗ୍ରହଣ ଓ ଦେଶ ମାତୃକା ପାଇଁ କିଛି ସମୟ ଦେଇ ନିଜକୁ ଦେଶର ଏକ ଉତ୍ତମ ନାଗରିକ ଭାବେ ଗଢି ତୋଳିବାକୁ ଆଗ୍ରହ ପ୍ରକାଶ କରିଥିଲେ ।

ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି, ଆଜାଦି କୀ ଅମୃତ ଉତ୍ସବ ପାଳନ  ଅବସରରେ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ନିଜ ଘରେ ତ୍ରିରଙ୍ଗା ପତାକା ଉଡାଇବାକୁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧନ ଶିକ୍ଷକ ପ୍ରକାଶ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ଖେଳ ଶିକ୍ଷକ ଶୁଭେନ୍ଦ୍ର ମହାନ୍ତି ପରିଚାଳନା କରିଥିଲେ । ବିଦ୍ୟାଳୟ ସମସ୍ତ ଛାତ୍ରଛାତ୍ରୀ ଏବଂ ଶିକ୍ଷକ, କର୍ମଚାରୀ, ଜାତୀୟ ପତାକା ଉତ୍ତୋଳନ ବେଳେ ଉପସ୍ଥିତ ଥିଲେ ।

Comments are closed.