ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀର ବାରମୂଲା ଜିଲା ସୋପାରା ଅଞ୍ଚଳର ଡାଙ୍ଗେପୋରା ଗ୍ରାମରେ ଗୁରୁବାର ପୂର୍ବାହ୍ଣରେ ସୁରକ୍ଷାକର୍ମୀଙ୍କ ସହିତ ଗୁଳିବିନିମୟରେ ୨ ଜଣ ଆତଙ୍କବାଦୀ ନିହତ ହରାଇଛନ୍ତି। ପୁଲିସ କହିବା ଅନୁଯାୟୀ ମୃତ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ତେବେ ସେମାନଙ୍କ ପରିଚୟ ମିଳିପାରି ନାହିଁ। ଗୁଇନ୍ଦା ସୂଚନା ଆଧାରରେ ସେନା ପକ୍ଷରୁ ଏହି ଅଞ୍ଚଳକୁ ଘେରାବନ୍ଦୀ କରି ତଲାସୀ ଆରମ୍ଭ କରାଯାଇଥିଲା । ତଲାସୀ ସମୟରେ ଆତଙ୍କବାଦୀମାନେ ସୁରକ୍ଷା କର୍ମୀଙ୍କ ଉପରକୁ ଗୁଳି ମାଡ଼ କରିଥିଲେ । ସୁରକ୍ଷା କର୍ମୀଙ୍କ ଜବାବୀ କାର୍ଯ୍ୟାନୁଷ୍ଠାନରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ଘଟଣା ପରେ ସୋପାରା ଟାଉନରେ ଇଣ୍ଟରନେଟ୍ ସେବା ବନ୍ଦ କରିଦିଆଯାଇଛି ।

Comments are closed.