ସୋପିଆନରେ ଏନକାଉଣ୍ଟର, ୨ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ସୋପିଆନରେ ରବିବାର ଦିନ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ସୋପିଆନର ହିନ୍ଦ ସୀତାପୁରା ଅଞ୍ଚଳରେ ୨ଜଣ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଏଥିରେ ସେନା ଏବଂ ସିଆରପିଏଫର ଯବାନ ମଧ୍ୟ ସାମିଲ ଥିଲେ । ସମାଚାର ଏଜେନ୍ସି ଏଏନଆଇର ରିପୋର୍ଟ ଅନୁଯାୟୀ, ଅନେକ ସମୟ ଧରି ଉଭୟ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ​ବେଳେ ଘଟଣାସ୍ଥଳରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର, ଗୁଳି ଓ ଗୋଳା ବାରୁଦ ଜବତ ହୋଇଛି ।

Comments are closed.