ଆଜି ଭାରତ ଆସୁଛନ୍ତି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଭାରତ ଆସୁଛନ୍ତି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ ଜନସନ । ବୋରିସ ଦୁଇଦିନଆ ଭାରତ ଗସ୍ତରେ ଆସୁଥିବା ବେଳେ ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବେ ।  ଆଜି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଗୁଜରାଟ ଯିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଆସନ୍ତାକାଲି ମଧ୍ୟ ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ସହ ବୋରିସଙ୍କ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ସହ ଏହି ଆଲୋଚନା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା ରଖାଯାଇଛି । ଦେଶରେ ନିଯୁକ୍ତି ସୃଷ୍ଟି, ଆର୍ଥିକ ପ୍ରଗତି, ପ୍ରତିରକ୍ଷା ଓ ସୁରକ୍ଷାକୁ ମୁଖ୍ୟ ଫୋକସ ଦିଆଯିବ ବୋଲି କୁହାଯାଉଛି । ବୋରିସଙ୍କ ଏହି ଭାରତ ଗସ୍ତ ଦୁଇ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବହନ କରିବ । ଅନ୍ୟପଟେ ବର୍ତ୍ତମାନ ରୁଷ ଓ ୟୁକ୍ରେନ୍‌ ମଧ୍ୟରେ ଏବେ ବି ଜାରି ରହିଛି ଯୁଦ୍ଧ ।  ଏନେଇ ମଧ୍ୟ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇପାରେ ବୋଲି କୁହାଯାଉଛି ।

Comments are closed.