ବିଜେପିର ରାଷ୍ଟ୍ରୀୟ ପଦାଧିକାରୀ ଟିମରେ ୪ ଓଡିଆ : ମୋଦୀ ଓ ନଡ୍ଡାଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ନବନିଯୁକ୍ତ ସମସ୍ତ ରାଷ୍ଟ୍ରୀୟ ପଦାଧିକାରୀଙ୍କୁ ଶୁଭେଚ୍ଛା ଜଣାଇଲେ

ନୂଆଦିଲ୍ଲୀ/ଭୁବନେଶ୍ୱର : ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କ ଦ୍ୱାରା ଗଠିତ ହୋଇଥିବା ନୂଆ ରାଷ୍ଟ୍ରୀୟ ପଦାଧିକାରୀ ଟିମରେ ୪ ଓଡିଆଙ୍କ ସମେତ ନବନିଯୁକ୍ତ ସମସ୍ତ ପଦାଧିକାରୀଙ୍କୁ ଟ୍ୱିଟ୍‍ ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ତୈଳ ଓ ପ୍ରାକୃତିକ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ବିଶେଷ ଭାବରେ ଏହି ନୂଆ ଟିମରେ ୪ ଓଡିଆଙ୍କୁ ସାମିଲ କରିଥିବାରୁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଦଳୀୟ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡାଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ବିଜେପିର ଏହି ଟିମରେ ବୈଜୟନ୍ତ ପଣ୍ଡାଙ୍କୁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ, ବିଶେଶ୍ୱର ଟୁଡୁଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଏବଂ ସମ୍ବିତ୍‍ ପାତ୍ର ଓ ଅପରାଜିତା ଷଡଙ୍ଗୀଙ୍କୁ ରାଷ୍ଟ୍ରୀୟ ମୁଖପାତ୍ର ଭାବରେ ନିଯୁକ୍ତି ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି ନଡ୍ଡା ଓଡିଶାକୁ ଗୁରୁତ୍ୱ ଦେଇଛନ୍ତି।

Comments are closed.