ଅଜିତ୍ ଦାସଙ୍କ ପରଲୋକ ; ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ – ଧର୍ମେନ୍ଦ୍ର ପ୍ରଧାନ
ବର୍ଷୀୟାନ ଅଭିନେତା ଅଜିତ୍ ଦାସଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଅଜିତ୍ ଦାସଙ୍କ ବିୟୋଗରେ କେନ୍ଦ୍ର ତୈଳ ଓ ପ୍ରାକୃତିକ ବାସ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ବିୟୋଗରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା ବୋଲି ଶ୍ରୀ ପ୍ରଧାନ କହିଛନ୍ତି।
ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଅଜିତ୍ ଦାସଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବରେ ମର୍ମାହତ। ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା।
ଦୀର୍ଘ ଦଶନ୍ଧି ଧରି ସେ ଓଡ଼ିଆ ଦର୍ଶକଙ୍କୁ ନିଜ କଳାର ଯାଦୁରେ ବାନ୍ଧି ରଖିପାରିଥିଲେ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି।