ନରେନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ବାଚସ୍ପତି ଏବଂ ଓଟିଡିସି ପକ୍ଷରୁ ଶେକ

ଭୁବନେଶ୍ୱର : ବରିଷ୍ଠ ରାଜନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର କୁମାର ସ୍ୱାଇଁଙ୍କ ବିୟୋଗରେ କେନ୍ଦ୍ର ତୈଳ ଓ ପ୍ରାକୃତିକ ବାସ୍ପ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକପ୍ରକାଶ କରିଛନ୍ତି।
ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ବରିଷ୍ଠ ରାଜନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ ମୁଁ ଗଭୀର ମର୍ମାହତ ଓ ଦୁଃଖିତ। ଦୀର୍ଘ ଦିନ ଧରି ସେ ସାମାଜିକ ଓ ରାଜନୈତିକ ଜୀବନ ସହ ଜଡ଼ିତ ଥିଲେ। ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।

ସେହିପରି ରାଜ୍ୟ ବିଧାନସଭା ବାଚସ୍ପତି ଡକ୍ଟର ସୂର୍ଯ୍ୟ ନାରାୟଣ ପାତ୍ର ମଧ୍ୟ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି।

ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ଓଟିଡିସି ପୂର୍ବତନ ଅଧ୍ୟକ୍ଷ ନରେନ୍ଦ୍ର କୁମାର ସ୍ୱାଇଁଙ୍କର ପରଲୋକରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ପରିଚାଳନା ନିର୍ଦ୍ଦେଶକ ସଚିନ ଆର ଯାଦବ ଓ ନିଗମର ସମସ୍ତ ପଦାଧିକାରୀ ଓ କର୍ମଚାରୀମାନେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ଓଟିଡିସି ପକ୍ଷରୁ ଗଭୀର ସମବେଦନା ପ୍ରକାଶ କରାଯାଇଛି।

Comments are closed.