ଦେଶରେ ସୁସ୍ଥ ହେଲେ ୧୧ ହଜାର ୧୦୬ କରୋନା ଆକ୍ରାନ୍ତ, ୨୪ ଘଣ୍ଟାରେ ୯୨ ମୃତ

ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨ ହଜାର ୧୯୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ସଂକ୍ରମଣ ୧ କୋଟି ୯ ଲକ୍ଷ ୪ ହଜାର ୯୪୦ରେ ପହଂଚିଛି। ସେହିପରି ୧୧ ହଜାର ୧୦୬ ଜଣ ସଂକ୍ରମିତ ସୁସ୍ଥ ହେବା ପରେ ମୋଟ କରୋନା ଜନିତ ଆରୋଗ୍ୟ ସଂଖ୍ୟା ୧ କୋଟି ୬ ଲକ୍ଷ ୧୧ ହଜାର ୭୩୧ ଓ ଆରୋଗ୍ୟ ହାର ୯୭.୩୧%ରେ ପହଂଚିଛି।

ଗତ ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ଚିକିତ୍ସାଧିନଙ୍କ ସଂଖ୍ୟାରେ ୯୯୬ ବୃଦ୍ଧି ପାଇଁ ଏବେ ଏହି ସଂଖ୍ୟା ୧ ଲକ୍ଷ ୩୭ ହଜାର ୫୬୭ରେ ରହିଛି। ଅନ୍ୟ ପକ୍ଷରେ ସେହି ସମୟ ମଧ୍ୟରେ ୯୨ ଜଣ ସଂକ୍ରମିତଙ୍କ ମୃତ୍ୟୁ ହେବା ଫଳରେ ଆଜି ସୁଦ୍ଧା ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୬୪୨କୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ ଗତ କାଲି ଗୋଟିଏ ଦିନରେ ୬ ଲକ୍ଷ ୯୭ ହଜାର ୧୧୪ଟି କରୋନା ନମୁନା ପରୀକ୍ଷା ହୋଇଥିବା ବେଳେ ଏଯାବତ ୨୦ କୋଟି ୬୨ ଲକ୍ଷ ୩୦ ହଜାର ୫୧୨ଟି ନମୁନା ପରୀକ୍ଷା ହୋଇଥିବା ଆଇସିଏମଆର ସୂଚନା ଦେଇଛି।

Comments are closed.