ବିଭିନ୍ନ ସ୍ଥାନରେ ପୁଣ୍ୟାତ୍ମା ଉତ୍କଳମଣିଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ

ଭୁବନେଶ୍ୱର / କେନ୍ଦୁଝର / ପୁରୀ / ସମ୍ବଲପୁର : ଆଜି ହେଉଛି ପୁଣ୍ୟାତ୍ମା ତଥା ସମାଜ ର ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ପୁଣ୍ୟାତ୍ମାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହ କୋଭିଡ କଟକଣା ମଧ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଉଛି।
ଶ୍ରୀ ଜଗନ୍ନାଥ ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଉତ୍କଳମଣିଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

ସେହିପରି କେନ୍ଦୁଝରରେ ମଧ୍ୟରେ ଉତ୍କଳମଣିଙ୍କ ଶ୍ରାଦ୍ଧବାର୍ଷିକୀ ପାଳନ କରାଯାଇଛି।

ଝାରସୁଗୁଡା ଓ ବ୍ରଜରାଜନଗରରେ ମଧ୍ୟ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

ସମ୍ବଲପୁର କାର୍ଯ୍ୟାଳୟରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

Comments are closed.