ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ; ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ପୂରୀ (ନି.ପ୍ର) : ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଜିଲ୍ଲା ପ୍ରଶାସନ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶନିବାର ପୁଣ୍ୟ ଜନ୍ମତିଥି ଅବସରରେ ମାଲ୍ୟାର୍ପଣ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲ୍ଲାପାଳ ଭବତାରଣ ସାହୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜିତେନ୍ଦ୍ରିୟ ଜେନା, ସର୍ବୋଦୟ ମେଳା କମିଟି ସଭାପତି ଉମାବଲ୍ଲଭ ମହାପାତ୍ର ପ୍ରମୁଖ ମାଲ୍ୟାର୍ପଣ କରିଛନ୍ତି।

Comments are closed.