ବିପଦ ସଂକେତ ଟପିଲା ବୈତରଣୀ

ଆନନ୍ଦପୁର : ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଯୋଗୁ ବେହାଲ ସାରା ଓଡିଶା। ଭଦ୍ରକ ଜିଲା ଦେଇ ପ୍ରବାହିତ ହୋଇଥିବା ବୈତରଣୀ ନଦୀର ଜଳସ୍ତର ବଢିବାରେ ଲାଗିଛି। ଲଗାଣ ବର୍ଷା ଯୋଗୁଁ ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳପତ୍ତନ ବିପଦ ସଙ୍କେତ ଟପିଛି।ଏଠାରେ ବିପଦ ସଙ୍କେତ ୩୮.୩୬୦ ମିଟର ରହିଛି । ବର୍ତ୍ତମାନ ଏଠାରେ ନଦୀର ଜଳସ୍ତର ୩୮.୪୦୦ ମିଟର ରହିଥିବା ଜଣାପଡ଼ିଛି। ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନ ସଜାଗ ରହିଥିବା ଆନନ୍ଦପୁର ଉପଜିଲ୍ଲାପାଳ କହିଛନ୍ତି।

Comments are closed.