ଭିନ୍ନ ନାମରେ ରଥଯାତ୍ରା

ଚତୁର୍ଦ୍ଧା ମୂର୍ତ୍ତିଙ୍କ ରଥଯାତ୍ରା ଆହୁରି ଅନେକ ନାମରେ ପରିଚିତ। ଆସନ୍ତୁ ଜାଣିବା ରଥଯାତ୍ରାର ବିଭିନ୍ନ ନାମ –

-ଘୋଷଯାତ୍ରା: ବିଶ୍ୱର ମଙ୍ଗଳ ଘୋଷଣା କରୁଥିବାରୁ ବା ନନ୍ଦିଘୋଷ ରଥରେ ବସି ଯାତ୍ରା କରୁଥିବାରୁ ଘୋଷଯାତ୍ରା।
-ଆଡ଼ପମଣ୍ଡପ ଯାତ୍ରା: ଗୁଣ୍ଡିଚା ମଣ୍ଡପରେ ଥିବା ଆଡ଼ପମଣ୍ଡପରେ ବିଜେ କରୁଥିବାରୁ ଆଡ଼ପମଣ୍ଡପ ଯାତ୍ରା।
-ଜନ୍ମବେଦୀ ବା ଅନ୍ତର୍ବେଦୀ ଯାତ୍ରା: ପ୍ରଭୁଙ୍କର ଜନ୍ମ ବେଦୀ ଆଡ଼ପମଣ୍ଡପଠାରେ ହୋଇଥିବାରୁ ଜନ୍ମବେଦୀ ବା ଅନ୍ତର୍ବେଦୀ ଯାତ୍ରା।
-ଦଶାବତାର ଯାତ୍ରା: ଗୁଣ୍ଡିଚା ଘରେ ଦଶ ଅବତାର ବେଶ ହେଉଥିବାରୁ ଦଶାବତାର ଯାତ୍ରା।
-ପତିତପାବନ ଯାତ୍ରା: ପତିତମାନଙ୍କୁ ଉଦ୍ଧାର କରିବାକୁ ଏହି ଯାତ୍ରା ହେଉଥିବାରୁ ପତିତପାବନ ଯାତ୍ରା।
-ନବଦିନାତ୍ମକ ଯାତ୍ରା: ଏହି ଯାତ୍ରା ଯିବା ଆସିବା ଓ ରହଣୀକୁ ମିଶେଇ ୯ ଦିନ ହେଉଥିବାରୁ ନବଦିନାତ୍ମକ ଯାତ୍ରା।
-ଗୁଣ୍ଡିଚା ଯାତ୍ରା: ଗୁଣ୍ଡିଚା ଘରକୁ ଯାତ୍ରା କରୁଥିବାରୁ ଏହା ଗୁଣ୍ଡିଚା ଯାତ୍ରା।

ଆଲେଖ୍ୟ – ପ୍ରତିଜ୍ଞା ମିଶ୍ର

Comments are closed.