ବର୍ଷୀୟାନ ଅଭିନେତା ଶାନ୍ତି ସ୍ବରୂପ ମିଶ୍ରଙ୍କ ପରଲୋକ

ଭୁବନେଶ୍ଵର/ସମ୍ବଲପୁର: ବର୍ଷୀୟାନ ଚଳଚ୍ଚିତ୍ର ଅଭିନେତା ଶାନ୍ତି ସ୍ବରୂପ ମିଶ୍ରଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। କିଛିଦିନ ତଳେ ସେ ଗାଧୁଆ ଘରେ ପଡ଼ିଯାଇ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ସମ୍ବଲପୁରର ଏକ ଘରୋଇ ନର୍ସିଂହୋମ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ମନ ଆକାଶ (୧୯୭୪), କୃଷ୍ଣ ସୁଦାମା (୧୯୭୬), ବନ୍ଧୁ ମହାନ୍ତି ଆଦି ଚଳଚ୍ଚିତ୍ରରେ ଶାନ୍ତିସ୍ବରୂପ ଉଚ୍ଚକୋଟିର ଅଭିନୟ କରି ଦର୍ଶକଙ୍କ ମନ ଜିଣି ପାରିଥିଲେ। ତାଙ୍କ ମୃତ୍ୟୁରେ ଓଡ଼ିଆ ଜଗତର ସିନେ କଳାକାରଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ବିୟୋଗରେ ଓଡ଼ିଶା ସିନେ କଳାକାର ସଂଘ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି।

Comments are closed.