ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଆଜି ଉପରାଷ୍ଟ୍ରପତି ଭେଙ୍କେୟା  ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ଉପରାଷ୍ଟ୍ରପତି ଓଡିଆ ଭାଷାରେ ନିଜ ଅଭିଭାଷଣରେ ଆରମ୍ଭ କରି ଚରିତ୍ର ଗଠନ ସହ ଶିକ୍ଷା ସଫଳ ଜୀବନର ପ୍ରଥମ ପାହାଚ ବୋଲି କହିଛନ୍ତି । ଆମର ବିଶ୍ୱବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ସମୂହର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବିଦ୍ୟାର୍ଥୀଙ୍କୁ ଆବଶ୍ୟକ କୌଶଳ ଓ ଦକ୍ଷତା ଯୋଗାଇ ସମର୍ଥ କରିବା ଆବଶ୍ୟକ। ଏହାଦ୍ୱାରା ସେମାନେ କେବଳ ନିଯୁକ୍ତି ଆଶାୟୀ ନ ହୋଇ ନିଯୁକ୍ତି ସୃଷ୍ଟିକାରୀ ହୋଇପାରିବେ।

ଏହି ଅବସରରେ ଶ୍ରୀ ନାଇଡୁ ଓଡିଶାର ଗୌରବମୟ ଇତିହାସର ସ୍ମୃତିଚାରଣ କରିଛନ୍ତି। ଏହି ସମାରୋହରେ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଧ୍ୟକ୍ଷତା କରିଥିଲେ। ଏହାସହ ସମ୍ମାନିତ ଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଯୋଗ ଦେଇଥିଲେ।

ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ୫ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନସୂଚକ ଡକ୍ଟରେଟ ଉପାଧି ପ୍ରଦାନ କରାଯାଇଛି। ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ, ଜଷ୍ଟିସ ସଞ୍ଜୁ ପଣ୍ଡା, ଭାବା ଆଟମିକ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି, ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଡକ୍ଟର ବିଜୟ କୁମାର ସାହୁଙ୍କୁ ସମ୍ମାନସୂଚକ ଡକ୍ଟରେଟ ଉପାଧି ପ୍ରଦାନ କରାଯାଇଛି।

 

Comments are closed.