ଗଞ୍ଜାମ ବ୍ଲକ କାର୍ଯ୍ୟାଳୟରେ ଭିଡିଓ କନଫରେନ୍ସିଂ ହଲ୍ ଉଦଘାଟିତ

ଗଞ୍ଜାମ: ଗଞ୍ଜାମ ବ୍ଲକ କାର୍ଯ୍ୟାଳୟ ପରିସରରେ ନୂତନ ଭାବେ ଭିଡିଓ କନଫରେନ୍ସିଂ ହଲ ଉଦଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସାଦ ଚନ୍ଦ୍ର ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥିଭାବେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଜିଲ୍ଲାପରିଷଦ ସଭ୍ୟ ସନାତନ ବେହେରା, ପୂର୍ବତବ ବ୍ଲକ ଅଧ୍ୟକ୍ଷ ସୁରଥ ପାହାନ, ପୂର୍ବତନ ଉପାଧ୍ୟକ୍ଷ ଆର.ଭାଗିରଥି ରେଡି, ପୂର୍ବତନ ସମିତିସଭ୍ୟ କୈଳାସ ଚନ୍ଦ୍ର ସ୍ବାଇଁ, ବରିଷ୍ଠ ନେତା ବଟକୃଷ୍ଣ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ବ୍ଲକ ଅଧ୍ୟକ୍ଷ ଶର୍ମିଷ୍ଠା ପ୍ରଧାନ, ଉପାଧ୍ୟକ୍ଷ ଅନ୍ତର୍ଯ୍ୟାମୀ ବେହେରା, ବିଡିଓ ବିଶ୍ୱଜିତ ରାୟ, ସରପଞ୍ଚ ଆର.ଚନ୍ଦନା ରେଡି, ସଂଯୁକ୍ତା ପ୍ରଧାନ, ଯୁବନେତା ଲିଙ୍ଗରାଜ ମହାପାତ୍ର, ଆସିଷ୍ଟାଣ୍ଟ ଇଞ୍ଜିନିୟର ବଂଶୀଧର ପରିଡା, ଜୁନିୟର ଇଞ୍ଜିନିୟର ପ୍ରଦୀପ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ରହିଥିଲେ।

Comments are closed.