ଭିଜିଲାନ୍ସ ଜାଲରେ ଶିକ୍ଷୟିତ୍ରୀ : କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ

ଭୁବନେଶ୍ବର : ଭୁବନେଶ୍ୱର ୟୁନିଟ୍-୬ସ୍ଥିତ ସିଟି ସ୍କୁଲର ଜଣେ ସହକାରୀ ଶିକ୍ଷୟିତ୍ରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢାଉ ହୋଇଛି। ଶିକ୍ଷୟିତ୍ରୀଙ୍କ ନାଁ ତିଳୋତ୍ତମା ମହାନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ କରାଯାଇଛି। ଏହି ସମୟରେ ତାଙ୍କ ଘରୁ ଅନେକ ଜରୁରୀ କାଗଜପତ୍ର ସହ ୯ଟି ପ୍ଲଟ, ୨ଟି ଘର, ବ୍ୟାଙ୍କ ବାଲାନ୍ସ ସହ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ ହୋଇଛି। ତେବେ ଏଯାବତ୍ ଯାଞ୍ଚ ଜାରି ରହିଥିବା ସୂଚନା ମିଳିଛି।

Comments are closed.