ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର: ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡାଙ୍କ ଘ​‌ରେ ଶନିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସକାଳୁ ସକାଳୁ ଭିଜିଲାନ୍ସ ବିଭାଗର ଏକ ଟିମ୍‌ ସହକାରୀ ନିର୍ବାହୀ ଯନ୍ତ୍ରୀ ପଣ୍ଡାଙ୍କ ବାସଭବନରେ ଚଢ଼ାଉ ଆରମ୍ଭ କରିଛି। ସୁବଳଙ୍କ ବାସଭବନ ଓ ସମ୍ପର୍କୀୟଙ୍କ ଘର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ କିଛି ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସର ହସ୍ତଗତ ହୋଇଥିବା ସୂଚନା ମିଳିଛି।

Comments are closed.