ସତର୍କତା ସଚେତନତା ସପ୍ତାହରେ ସତ୍ୟନିଷ୍ଠା ପାଇଁ ଶପଥ ନେଲେ ପୂର୍ବତଟ ରେଳପଥ କର୍ମଚାରୀ

ପୂର୍ବତଟ ରେଳପଥ ପକ୍ଷରୁ ସତର୍କତା ସଚେତନତା ସପ୍ତାହ-୨୦୨୧ ପାଳନ ଅବସରରେ ମହାପ୍ରବନ୍ଧକ ବିଦ୍ୟା ଭୂଷଣ ଆଜି ପୂର୍ବାହ୍ନରେ ୱାଲଟିୟର ରେଳ ମଣ୍ଡଳ ମୁଖ୍ୟାଳୟ ଠାରେ ରେଳବାଇ କର୍ମଚାରୀ ଓ ଅଧିକାରୀମାନଙ୍କୁ ସମସ୍ତ କ୍ଷେତ୍ରରେ ସତ୍ୟନିଷ୍ଠା ଓ ସ୍ୱଚ୍ଛତା ଆଣିବାକୁ ଶପଥ ପାଠ କରାଇଥିଲେ। ଅତିରିକ୍ତ ମହାପ୍ରବନ୍ଧକ ସୁଧୀର କୁମାର ପୂର୍ବତଟ ରେଳପଥ ମୁଖ୍ୟାଳୟ ଠାରେ କର୍ମଚାରୀ ଏବଂ ଅଧିକାରୀମାନଙ୍କୁ ‘ଅଖଣ୍ଡତା’ ଉପରେ ଶପଥ ପାଠ କରାଇଥିଲେ।

ଜୀବନରେ ସମସ୍ତ କ୍ଷେତ୍ରରେ ସାଧୁତା ସହିତ ନିୟମର ପାଳନ କରିବା, କାହାଠାରୁ ଲାଂଚ ନନେବା କିମ୍ବା ନଦେବା, ସମସ୍ତ କାର୍ଯ୍ୟକୁ ସଚ୍ଚୋଟତା ସହ ପାରଦର୍ଶିତା ଭଳି କାର୍ଯ୍ୟକରିବା, ସାର୍ବଜନିକ ହିତରେ କାର୍ଯ୍ୟକରିବା, ବ୍ୟକ୍ତିଗତ ବ୍ୟବହାରରେ ସତ୍ୟନିଷ୍ଠା ପ୍ରଦର୍ଶନ କରିବା ସହ ଉଦାହରଣ ଦ୍ୱାରା ନେତୃତ୍ୱ ନେବା ଏବଂ ଭ୍ରଷ୍ଟାଚାରର ଯେକୌଣସି ଘଟଣାକୁ ଉଚିତ ଅଧିକାରୀଙ୍କୁ ଜଣାଇବାକୁ ମଧ୍ୟ ରେଳକର୍ମଚାରୀମାନେ ସଂକଳ୍ପ ନେଇଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ ବିଭାଗୀୟ ପ୍ରମୁଖ ଅଧିକାରୀ, ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ମାନେ ଯୋଗ ଦେଇଥିଲେ। ବରିଷ୍ଠ ଉପ ମହାପ୍ରବନ୍ଧକ ତଥା ମୁଖ୍ୟ ସତର୍କତା ଅଧିକାରୀ ସଞ୍ଜୟ ମହାପାତ୍ର ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

Comments are closed.