ଦଳୀୟ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ

0

ଟିଟିଲାଗଡ : ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଅଟେ। ଏଥିପାଇଁ ବିଭିନ୍ନ ଦଳୀୟ ପ୍ରାର୍ଥୀମାନେ ମଙ୍ଗଳବାର ଦିନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସର ପ୍ରାର୍ଥୀ ସୁରେନ୍ଦ୍ର ସିଂଭୋଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହାସହ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ପାଇଁ ସନ୍ତୋଷ ସିଂ ସାଲୁଜା ମଧ୍ୟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଉଭୟ କଂଗ୍ରେସ ପ୍ରାର୍ଥୀ ବିରୋଧୀ ଦଳ ନେତା ନରସିଂହ ମିଶ୍ର ଓ ଛତିଶଗଡ ସ୍ବାସ୍ଥ୍ୟମନ୍ତ୍ରୀ ଟି.ଏସ ସିଂଦେଓଙ୍କ ଉପସ୍ଥିତିରେ ଟିଟିଲାଗଡ ନିର୍ବାଚନ ଅଧିକାରୀଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଏହାସହ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ନେତା ଅଜୟ ଦାସ ମଧ୍ୟ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି।

ଟିଟିଲାଗଡ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ପ୍ରାର୍ଥୀ ଭାବେ ବିଏସ୍‌ପିରୁ ବିଭୀଷଣ ନାଗ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଟିଟିଲାଗଡ ନିର୍ବାଚନ ମଣ୍ଡଳୀରୁ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଉପସ୍ଥିତିରେ ବିଜେଡି ପ୍ରାର୍ଥୀ ତଥା ବର୍ତ୍ତମାନର ବିଧାୟକ ଟୁକୁନି ସାହୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

Leave A Reply