ଘଡ଼ଘଡ଼ି ସହ ବର୍ଷ, ୧୩ ଜିଲାକୁ ସତର୍କ ସୂଚନା

ଭୁବନେଶ୍ବର: ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷ ହେବ ବୋଲି କୁହାଯାଇଛି। ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ନେଇ ୧୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର ଜିଲାକୁ ୱେଲୋ ୱାର୍ଣ୍ଣିଂ କରାଯାଇଥିବା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ବର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.