ଘଡ଼ଘଡ଼ି ଓ ବଜ୍ରପାତ ସହ ୨ ଦିନ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟରେ ଘଡ଼ଘଡ଼ି ସହ ୨ ଦିନ ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ମେ’ ୨୫ ଓ ୨୬ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପୂକଳବର୍ତ୍ତି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ୬ଟା ପର୍ଯ୍ୟନ୍ତ ୬ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୬ଟି ଜିଲାରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ସହ ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ରହିିଛି। ୧୩ ଜିଲାରେ ୩୦ରୁ୪୦ କିମି ପବନ ଓ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ପୁରୀ, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼, ଦେବଗଡ଼ ଓ ଗଞ୍ଜାମ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ୨୫ ଓ ୨୬ ଦୁଇ ଦିନ ଧରି ପବନ ଓ ବଜ୍ରପାତ ସହିତ ବର୍ଷା ହେବ। ପାଣିପାଗ ବିଭାଗର ସୂଚନା ଆଧାରରେ ସମସ୍ତ ଜିଲାର ଜିଲାପାଳମାନଙ୍କୁ ଚିଠି ଲେଖି ସମ୍ଭାବ୍ୟ ସ୍ଥିତର ମୁକାବିଲା କରିବାକୁ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ନିର୍ଦ୍ଦେଶ ଦେଇଛନ୍ତି।
ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟା ଆଜି ଠାରୁ ଆସନ୍ତାକାଲି ସକାଳ ସାଢ଼େ ଆଠଟା ପର୍ୟ୍ୟନ୍ତ ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆଜିଠୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ପୁରୀ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି।

Comments are closed.