ପୁଣି ବୃଦ୍ଧି ପାଇବ ତାତି ; ୯ରୁ କିଛି ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ରାଜ୍ୟରେ ପୁଣି ବଢିବ ତାତି। ରାଜ୍ୟରେ ଦିନର ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାସହ ଏପ୍ରିଲ ମାସର ଦ୍ୱିତୀୟ ସପ୍ତାହ ସୁଦ୍ଧା ରାଜ୍ୟବାସୀଙ୍କୁ ତାତିରୁ ନିସ୍ତାର ମିଳିବ ନାହିଁ। ଆସନ୍ତା ୮ ତାରିଖ ସୁଦ୍ଧା କାଳବୈଶାଖୀ ବର୍ଷାର ମଧ୍ୟ ସମ୍ଭବାନା ନାହିଁ। ୯ ତାରିଖ ବେଳକୁ ଝାରସୁଗୁଡା, ସୁନ୍ଦରଗଡ, ଦେଓଗଡ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଗଞ୍ଜାମ, କନ୍ଧମାଳ ଓ ମାଲକାନଗିରି ଜିଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା, କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡର ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.