ଆସନ୍ତାକାଲି ଠାରୁ କାଳବୈଶାଖୀ ସମ୍ଭାବନା ; ଆସୁଛି କି ବାତ୍ୟା ଭୟ ?

ଭୁବନେଶ୍ୱର : ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ଅସହ୍ୟ ତାତିରେ ଜନଜୀବନ ଅସ୍ତବ୍ୟସ୍ତ।  ଆସନ୍ତା କାଲି ଠାରୁ ୩ ଦିନ ଯାଏଁ ବିଭିନ୍ନ ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ ଯୋଗୁଁ କାଳବୈଶାଖୀ ସମ୍ଭବାନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨ ରୁ ୩ ଦିନ ମଧ୍ୟରେ ୨ ଡିଗ୍ରୀ ଯାଏଁ ତାପମାତ୍ରା ଖସିବ। ଆଜି ଆଭ୍ୟନ୍ତରୀଣ ଓଡିଶାରେ ଗ୍ରୀଷ୍ମପ୍ରବାହ ସମ୍ଭବାନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସେହିପରି ପୁଣି ରାଜ୍ୟରେ ବାତ୍ୟା ନେଇ ଭୟ କରାଯାଉଛି। ମେ ୪ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସମ୍ଭାବ୍ୟ ଘୂର୍ଣ୍ଣିବଳୟକୁ ନେଇ ଆଶଙ୍କା କରାଯାଉଛି। ଏଯାଏଁ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ମିଳିନାହିଁ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ମେ ୫ ବେଳକୁ ଲଘୁଚାପରେ ପରିଣତ ହୋଇପାରେ। ୬ ତାରିଖ ବେଳକୁ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଆସନ୍ତା ୨ ରୁ ୩ ଦିନ ମଧ୍ୟରେ ବାତ୍ୟା ନେଇ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.