ଆଜି ୧୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ୯ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଛତିଶଗଡ଼ ମୁହାଁ ହେଉଛି ସକ୍ରିୟ ଅବପାତ ।  ଆଜି ଦୁର୍ବଳ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ମୁତାବକ ଆଜି ସକାଳ ୫.୩୦ ସମୟର ପାଣିପାଗ ତଥ୍ୟର ବିଶ୍ଳେଷଣ ଅନୁଯାୟୀ ଅବପାତ ଛତିଶଗଡ ଏବଂ ପାର୍ଶ୍ଵବର୍ତ୍ତୀ ପୂର୍ବ ମଧ୍ୟପ୍ରଦେଶ ଉପରେ ଦୁର୍ବଳ ହୋଇ ଗୋଟିଏ ସୁଦୃଶ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି । ଓଡିଶା ଉପକୂଳ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଅବପାତ ଆଜି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ ଆଡକୁ ମୁହାଁଇବ ।

ତାହାସହ ନିଜର ତୀବ୍ରତା ବଜାୟ ରଖିବ । ଆସନ୍ତାକାଲି ଛତିଶଗଡ ପହଞ୍ଚିବା ବେଳକୁ ଦୁର୍ବଳ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତାହା ସହିତ କୁହାଯାଇଛି କି ଏହାର ପ୍ରଭାବରେ ରାଜ୍ୟର ୧୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା  ରହିଛି । ୯ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଥିବା ବେଳେ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Comments are closed.