ଗଭୀର ଅବପାତ ରୂପ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ ଆଜି ଗଭୀର ଅବପାତର ରୂପ ନେବ। ଅପରାହ୍ନ ସମୟରେ ପଶ୍ଚିମବଙ୍ଗର ସାଗର ଦ୍ୱୀପ ଓ ବାଂଲାଦେଶର ଖେପୁପାଡ଼ା ମଝିରେ ଏହା ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସୂଚନା ଯୋଗ୍ୟ, ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ ପାରାଦ୍ୱୀପ ଠାରୁ ୯୦ କିଲୋମିଟର ଦୂରରେ ରହିଛି। ପଶ୍ଚିମବଙ୍ଗୋପସାଗର ଦୀପ ଠାରୁ ଏହା ୧୭୦ କିଲୋମିଟର ଦୂରରେ ରହିଛି। ଉତ୍ତର-ଉତ୍ତରପୂର୍ବ ଦିଗରେ ଘଣ୍ଟାପ୍ରତି ୧୦ କିଲୋମିଟର ବେଗରେ ଗତି କରୁଛି। ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.