୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ; ୧୦ ଜିଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ୧୧ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ସତର୍କ ସୂଚନା ଅନୁଯାୟୀ, ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶା ଅନୁଗୁଳ, ସୁନ୍ଦରଗଡ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ରାୟାଗଡା, ନୁଆପଡାର ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

ସେହିପରି ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ୧୧ଟି ଜିଲା ହେଲେ- କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର, କଟକ, ପୁରୀ, ରାୟଗଡା, ଗଜପତି, କନ୍ଧମାଳ, କଳାହାଣ୍ଡି ଓ କେନ୍ଦ୍ରାପଡା ।

Comments are closed.