ରାଜ୍ୟରେ ୧୫ ଡିଗ୍ରୀ ତଳକୁ ଖସିଲା ୪ ସହରର ତାପମାତ୍ରା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଅନୁଭୂତ ହେଉଥିବା ବେଳେ ୪ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ଏ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ୪ଟି ସହର ହେଉଛି- ସୋନପୁର, ଅନୁଗୋଳ, ଦାରିଙ୍ଗବାଡ଼ି ଓ ଝାରସୁଗୁଡ଼ା।

ସୋନପୁରରେ ସର୍ବାଧିକ ତପମାତ୍ରା ହ୍ରାସ ପାଇଛି। ଏଠାରେ ତାପମାତ୍ରା ୧୧.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଅନୁଗୁଳରେ ୧୨.୬, ଦାରିଙ୍ଗବାଡ଼ିରେ ୧୪ ଓ ଝାରସୁଗୁଡ଼ାରେ ୧୪.୧ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଓ କଟକର ତାପମାତ୍ରା ଯଥାକ୍ରମେ ୨୦.୬ ଓ ୧୯ ଡିଗ୍ରୀ ରେକର୍ଡ କରାଯାଇଛି।

ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ଓଡ଼ିଶାକୁ ପଶୁଛି। ଫଳରେ ଉତ୍ତର ଓଡ଼ିଶା ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବା ସମ୍ଭାବନା ରହିଛି। ସେହିପରି ଦକ୍ଷିଣ ଓଡ଼ିଶାର ତାପମାତ୍ରା ୩ରୁ ୪ ଡିଗ୍ରୀ ଖସିବା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.