ରାଜ୍ୟରେ ଖସୁଛି ତାପମାତ୍ରା, ୧୫ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ବର: ରାଜ୍ୟରେ ଶୀତର ପ୍ରକୋପ ବଢିବାରେ ଲାଗିଛି। ଶୀତର ପ୍ରକୋପ ଯୋଗୁ ରାଜ୍ୟରେ ୧୦ ଡିଗ୍ରୀ ତଳକୁ ଖସିଛି ପାରଦ। ରାଜ୍ୟରେ ୧୧ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ତେବେ ସୋନପୁର ସହରରେ ସର୍ବନିମ୍ନ ତାପମାତ୍ର ୯.୬ ଡିଗ୍ରୀ ରେକର୍ଡ କରାଯାଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ତାପମାତ୍ର ୧୦.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳରେ ୧୧ ଡିଗ୍ରୀ, କୋରାପୁଟରେ ୧୧.୬ ଡିଗ୍ରୀ, ଭବାନୀପାଟଣା ୧୨.୨ ଡିଗ୍ରୀ, ଝାରସୁଗୁଡ଼ାରେ ୧୩ ଡିଗ୍ରୀ, କେନ୍ଦୁଝରରେ ୧୩.୮ ଡିଗ୍ରୀ, ବାରିପଦାରେ ୧୪.୨ ଡିଗ୍ରୀ, ବଲାଙ୍ଗିରରେ ୧୪.୬ ଡିଗ୍ରୀ, ସମ୍ବଲପୁରରେ ୧୪.୭ ଡିଗ୍ରୀ, କଟକରେ ୧୬.୮ ଡିଗ୍ରୀ ଏବଂ ଭୁବନେଶ୍ୱରରେ ୧୮ ଡିଗ୍ରୀ ରେକର୍ଡ କରାଯାଇଛି।

Comments are closed.