ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ବର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରବିବାର ସକାଳେ ଅବପାତର ରୂପ ନେଇଛି। ବିଶାଖାପାଟଣାଠାରୁ ୪୩୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି। ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି କାଲି ରାତିରେ ନରସପୁର ଓ ବିଶାଖାପାଟଣା ମଧ୍ୟରେ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ରିପୋର୍ଟରୁ ସୂଚନା ମିଳିଛି।

ଏହା ପ୍ରଭାବରେ ଆଜିଠୁ ୧୩ ଯାଏଁ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ମତ୍ସ୍ୟଜୀବୀଙ୍କୁ  ସମୁଦ୍ରକୁ ନ ଯିବାକୁ ପାଣିପାଗ କେନ୍ଦ୍ର ମନାକରିଛି।

Comments are closed.